ବଦଳିଲା ନିଷ୍ପତ୍ତି, ଶୁକ୍ରବାର ଖୋଲିବ ସ୍କୁଲ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଶୁକ୍ରବାର ଖୋଲିବ ରାଜ୍ୟର ସମସ୍ତ ସ୍କୁଲ। ପାଗରେ ପରିବର୍ତ୍ତନ ତଥା ଖରା କମିଯିବାରୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ପ୍ରଥମେ ଜୁନ ୧୯ ତାରିଖରେ ସ୍କୁଲ ଖୋଲିବାର ଥିଲା। ମାତ୍ର ରାଜ୍ୟରେ ଅସହ୍ୟ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ମଙ୍ଗଳବାର ଖରାଛୁଟି ଅବଧିକୁ ବଢ଼ାଇଥିଲେ ରାଜ୍ୟ ସରକାର। ତଦନୁଯାୟୀ ସ୍କୁଲଗୁଡ଼ିକ ୨୬ ତାରିଖରେ ଖୋଲିଥାନ୍ତା। ମାତ୍ର ରାଜ୍ୟରେ ପାକ୍‌ ମୌସୁମୀ ବର୍ଷା ଆରମ୍ଭ ହେବା ସହ ପାଗରେ ପରିବର୍ତ୍ତନ ଦେଖାଦେଇଛି। ଏଣୁ ନିଷ୍ପତ୍ତିକୁ ବଦଳାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri