Posted inଜାତୀୟ

ବଦଳିଲା ଫୈଜାବାଦ ଜଙ୍କସନର ନାମ

ଲକ୍ଷ୍ନୌ,୨ ।୧୧: ଉତ୍ତର ପ୍ରଦେଶର ଫୈଜାବାଦ ରେଲୱେ ଜଙ୍କସନର ନାମ ପରିବର୍ତ୍ତନ କରାଯାଇ ଅଯୋଧ୍ୟା କାଣ୍ଟ କରିଦିଆଯାଇଛି । ଏହାକୁ ନେଇ ଅଧିସୂଚନା ଜାରି କରାଯାଇଛି । ପ୍ରମୁଖ ସଚିବ ଲୋକ ନିର୍ମାଣ ବିଭାଗ ନିତିନ ରମେଶ ଗୋକର୍ନ ଏହି ଅଧିସୂଚନା ଜାରି କରିଛନ୍ତି । ଏହି ନାମ ପରିବର୍ତ୍ତନର ନିଷ୍ପତ୍ତି ବହୁ ପୂର୍ବରୁ ନିଆ ସରିଥିଲା । ଆଉ ଏବେ ଅଧିସୂଚନା ଜାରି କରାଯାଇଛି । ସୂଚନାଯୋଗ୍ୟ, ଗତ ଅକ୍ଟୋବରରେ ମୁଖ୍ୟମନ୍ତ୍ରୀଙ୍କ ଅଫିସ ପକ୍ଷରୁ ଟୁଇଟ୍ କରାଯାଇଥିଲା କି , ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଫୈଜାବାଦ ରେଲୱେ ଜଙ୍କସନର ନାମ ‘ଅଯୋଧ୍ୟା କାଣ୍ଟ’ କରିବାକୁ ନିଷ୍ପତ୍ତି ନେଇଛନ୍ତି । କେବଳ ସେତିକି ନୁହେଁ ଯୋଗୀ ଆଦିତ୍ୟନାଥଙ୍କ ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ୨୦୧୮ରେ ଫୌଜାବାଦ ଜିଲା ଓ ମଣ୍ଡଳର ନାମ ପରିବର୍ତ୍ତନ କରି ଅଯୋଧ୍ୟା କରିଦେଇଥିଲେ । ସେହିପରି ଭାଜପା ସରକାର ଇଲାହବାଦର ନାମ ପରିବର୍ତ୍ତନ କରି ପ୍ରୟାଗରାଜ ଓ ମୁଗଲସରାୟ ଜଙ୍କସନର ନାମ ପରିବର୍ତ୍ତନ କରି ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜଙ୍କସନ କରିଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଦର୍ଶ ବଜାରରୁ ବି ଉଠିପାରିଲାନି ଧାନ: କାଳବୈଶାଖୀ ମାଡ଼ି ଆସୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ଚାଷୀ

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ…

ବିଧାୟକ-କାଉନସିଲର ବିବାଦ: ଶପଥ ପାଇଁ ସଭାମଞ୍ଚକୁ ଟଣାହେଲେ ମହାପ୍ରଭୁ, ଆଉ ତା’ ପରେ…

ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷl…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri