ବଦଳିଲେ ୧୨ ଓଏଏସ୍‌ ଅଧିକାରୀ

ଭୁବନେଶ୍ୱର,୨୨ା୭(ଅନିଲଦାସ)-ରାଜ୍ୟ ସରକାର ଓଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ସୋମବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଅବକାରୀ ବିଭାଗ ଅତିରିକ୍ତ କମିଶନର ରାମଚନ୍ଦ୍ର ପଣ୍ଡାଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ସେକ୍ରେଟାରି ଭାବେ ବଦଳି କରାଯାଇଥିବା ବେଳେ ଓଡ଼ିଶା ଲୋକସେବା ଆୟୋଗ ସେକ୍ରେଟାରି ପ୍ରମୋଦ ମିଶ୍ରଙ୍କୁ ଉଚ୍ଚଶିକ୍ଷା ବିଭାଗ ସ୍ବତନ୍ତ୍ର ସଚିବ, ଭୁବନେଶ୍ୱର ଉପଜିଲାପାଳ ଦେବବ୍ରତ ସାହୁଙ୍କୁ ଗଞ୍ଜାମ ଏଡିଏମ୍‌, ସ୍ମାର୍ଟସିଟି ଲିମିଟେଡ ଜିଏମ୍‌ ବିଶ୍ୱରଞ୍ଜନ ରଥଙ୍କୁ ବିଡିଏ ଯୁଗ୍ମ କମିଶନର, ଗଞ୍ଜାମ ଏଡିଏମ୍‌ ପ୍ରିୟରଞ୍ଜନ ପୃଷ୍ଟିଙ୍କୁ ଆସିକା ସମବାୟ ଚିନିକଳ ପରିଚାଳନା ନିର୍ଦ୍ଦେଶକ ଏବଂ ଏସ୍‌ଟି/ଏସ୍‌ସି ଉନ୍ନୟନ ବିଭାଗ ଯୁଗ୍ମ ସଚିବ ଶୁଭେନ୍ଦ୍ର ସାମଲଙ୍କୁ ଯାଜପୁର ଏଡିଏମ୍‌ ଭାବେ ବଦଳି କରାଯାଇଛି। ସେହିପରି ଯାଜପୁର ଏଡିଏମ୍‌ ଦିବ୍ୟଲୋଚନ ମହାନ୍ତଙ୍କୁ କଟକ ଅବକାରୀ ଯୁଗ୍ମ କମିଶନର, ବାଲିଗୁଡ଼ା ଆଇଟିଡିଏ ପିଏ ମଧୁସୂଦନ ବେହେରାଙ୍କୁ ଭୁବନେଶ୍ୱର ସବ୍‌କଲେକ୍ଟର, ଓଏସଏସସି ସେକ୍ରେଟାରି ସୂର୍ଯ୍ୟସ୍ମିତା ସାହୁଙ୍କୁ ଓଡ଼ିଶା ନିର୍ମାଣ ନିଗମ ପ୍ରଶାସନିକ ଅଧିକାରୀ, ଆଠମଲ୍ଲିକ ସବ୍‌ କଲେକ୍ଟର ତରଣୀ ସୁନାଙ୍କୁ ବଲାଙ୍ଗୀର ଜିଲାପରିଷଦ ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜଗନ୍ନାଥ ପ୍ରସାଦ ତହସିଲଦାର ମନୋଜ ତ୍ରିପାଠୀଙ୍କୁ ତାଳଚେର ସବ୍‌କଲେକ୍ଟର, ଧର୍ମଶାଳା ତହସିଲଦାର ସ୍ବାଗତ ଦାସଙ୍କୁ ବିଏମ୍‌ସି ଡେପୁଟି କମିଶନର ଭାବେ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri