ବଦଳି ଆବେଦନପତ୍ର ନିର୍ବାହୀ ଯନ୍ତ୍ରୀଙ୍କୁ ଦେବା ପାଇଁ ଲାଞ୍ଚ: ସାଉଥ୍‌କୋ ସହକାରୀ ଯନ୍ତ୍ରୀ ଗିରଫ

ବ୍ରହ୍ମପୁର ଅଫିସ,୧୮ା୫: ଜଣେ ଲାଇନ ମ୍ୟାନଙ୍କ ବଦଳି ଆବେଦନପତ୍ରକୁ ଛତ୍ରପୁର ସବ୍‌ଡିଭିଜନର ନିର୍ବାହୀ ଯନ୍ତ୍ରୀଙ୍କ ନିକଟକୁ ପଠାଇବା ପାଇଁ ଖଲ୍ଲିକୋଟ ସାଉଥକୋର ଜଣେ ସହକାରୀ ଯନ୍ତ୍ରୀ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଶୁକ୍ରବାର ସକାଳେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଛନ୍ତି। ସେ ହେଲେ ବସନ୍ତ କୁମାର ପଟ୍ଟନାୟକ। ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏ ନେଇ ନଂ. ୧୦/୧୯ରେ ମାମଲା ରୁଜୁ କରାଯାଇ ବସନ୍ତଙ୍କୁ କୋର୍ଟଚାଲାଣ କରାଯାଇଛି ବୋଲି ଭିଜିଲାନ୍ସ ଏସ୍‌ପି ମାୟାଧର ସ୍ବାଇଁ ସୂଚନା ଦେଇଛନ୍ତି। ବସନ୍ତଙ୍କ କାର୍ଯ୍ୟାଳୟରୁ କାଗଜପତ୍ର ଜବତ ହୋଇଛି। ଭିଜିଲାନ୍ସ ବିଭାଗ ପକ୍ଷରୁ ତାଙ୍କ କେଶପୁରସ୍ଥିତ ତାଙ୍କ ଭଡ଼ାଘର, ଶ୍ୱଶୁର ଘର ଓ ଅନୁଗୋଳରେ ଥିବା ପୈତୃକ ବାସଭବନରେ ଏକକାଳୀନ ଚଢ଼ାଉ କରାଯାଇଛି ବୋଲି ଏସପି ସ୍ବାଇଁ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, କହ୍ନେଇପୁରର ବିବେକାନନ୍ଦ ନାୟକ ଖଲ୍ଲିକୋଟରେ ଲାଇନମ୍ୟାନ ଭାବେ କାମ କରୁଛନ୍ତି। ପାରିବାରିକ ସମସ୍ୟା ଥିବାରୁ ସେ ଗାଁ ପାଖ କେଶପୁରକୁ ଆପୋଷ ବୁଝାମଣାରେ ବଦଳି ପାଇଁ ନିର୍ବାହୀ ଯନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଆବେଦନପତ୍ର ସହକାରୀ ଯନ୍ତ୍ରୀ ପଟ୍ଟନାୟକଙ୍କୁ ଦେଇଥିଲେ। ଏହି ଆବେଦନପତ୍ରକୁ ନିର୍ବାହୀ ଯନ୍ତ୍ରୀଙ୍କ ନିକଟକୁ ପଠାଇବା ପାଇଁ ସେ ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ଲାଇନମ୍ୟାନ ଭିଜିଲାନ୍ସରେ ଜଣାଇଥିଲେ। ଯୋଜନା ଅନୁଯାୟୀ ବିବେକାନନ୍ଦ ଶୁକ୍ରବାର ପୂର୍ବାହ୍ନ ୯ଟାରେ ସହକାରୀ ଯନ୍ତ୍ରୀ ପଟ୍ଟନାୟକଙ୍କୁ ଭେଟି ଟଙ୍କା ଦେବା ପାଇଁ ଫୋନ କରିଥିଲେ। ବିବେକାନନ୍ଦଙ୍କୁ ସେ ଜାତୀୟ ରାଜପଥ ନଂ.୧୬ ହରିଡ଼ାମୁଳ ବ୍ରିଜ ନିକଟକୁ ଆସିବା ପାଇଁ କହିଥିଲେ। ବିବେକାନନ୍ଦ ସେଠାରେ ପହଞ୍ଚତ୍ ୧୫ ହଜାର ଟଙ୍କା ଦେବା ବେଳେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଏସପି ଶାନ୍ତନୁ କୁମାର ପାଢ଼ୀ, ଡିଏସପି ସୁରେନ୍ଦ୍ର ନାଥ ପାଣିଗ୍ରାହୀ ଓ ତାଙ୍କ ଟିମ ଅତର୍କିତ ଚଢ଼ାଉ କରି ଉକ୍ତ ଲାଞ୍ଚ ଟଙ୍କା ଜବତ କରିଥିଲେ। ଗିରଫ ସହକାରୀ ଯନ୍ତ୍ରୀଙ୍କଠାରୁ ଏକ ଦାମୀ କାର ଓ ଏଲଆଇସି ବଣ୍ଡ ଜବତ କରାଯାଇଛି। ତାଙ୍କ ନାଁରେ ଚନ୍ଦକାରେ ଏକ ଫ୍ଲାଟ ରହିଛି। ଭୁବନେଶ୍ୱର ଷ୍ଟେଟବ୍ୟାଙ୍କ ଅଫ ଇଣ୍ଡିଆରେ ଥିବା ଲକ୍‌ର ଶନିବାର ଯାଞ୍ଚ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri