Posted inଭଦ୍ରକ

ବଦଳୁନି ଭିତ୍ତିଭୂମି: ଗୋଟିଏ ଗୃହରେ ୫ଶ୍ରେଣୀ

ପଦ୍ମପୁର, ୩।୧୦(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୁଗୋ ପଞ୍ଚାୟତର କଲ୍ୟାଣପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଗୋଟିଏ କୋଠରିରେ ୫ ଟି ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ବସାଇ ପାଠ ପଢାଯାଉଛି। ବାରମ୍ବାର ଦାବି କରାଯିବା ସତ୍ତ୍ୱେ ଭିତ୍ତିଭୂମିର ବିକାଶ ହେଉ ନାହିଁ। ଆବଶ୍ୟକ ଗୃହ ନ ଥିବାରୁ ଉକ୍ତ ଶ୍ରେଣୀଗୃହରେ ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ସହ ପିଲାଙ୍କର ମଧ୍ୟାହ୍ନ ଭୋଜନ ପାଇଁ ଉଦ୍ଦିଷ୍ଟ ସାମଗ୍ରୀ ରଖାଯାଉଛି। ଏଥିଲାଗି ଶିକ୍ଷାଦାନରେ ବିଭିନ୍ନ ସମସ୍ୟା ଉପୁଜିଛି।
ଏହି ବିଦ୍ୟାଳୟରେ ମୋଟ ୩୮ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଭତ୍ତିଭୂମି ସୁବିଧା ନ ଥିବାରୁ ଅଭିଭାବକମାନେ ବିଦ୍ୟାଳୟରେ ପିଲାଙ୍କୁ ପାଠ ପଢାଇବାକୁ ଇଚ୍ଛା ପ୍ରକାଶ କରୁନାହାନ୍ତି। ବିଦ୍ୟାଳୟର ରୋଷେଇ ଘର ନ ଥିବାରୁ ଏକ ଭଙ୍ଗାଗୃହରେ ଅସ୍ବାସ୍ଥ୍ୟକର ପରିବେଶରେ ମଧ୍ୟାହ୍ନ ଭୋଜନ ରୋଷେଇ କରାଯାଉଛି। ପୂର୍ବରୁ ଥିବା ପୁରୁଣା ଶ୍ରେଣୀଗୃହ ଜରାଜୀର୍ଣ୍ଣ ହୋଇପଡିବାରୁ ଏହାକୁ ପରିତ୍ୟକ୍ତ ଘୋଷଣା କରାଯାଇଛି। ପ୍ରଧାନଶିକ୍ଷୟିତ୍ରୀ ବାସନ୍ତୀଲତା ନାୟକ ଶ୍ରେଣୀଗୃହ ଅଭାବ ସମସ୍ୟା ନେଇ ବ୍ଲକ ଓ ଜିଲା ଶିକ୍ଷାଧିକାରୀଙ୍କୁ ଲିଖିତ ଭାବେ ଜଣାଇଥିବା କହିଛନ୍ତି। ଏ ବାବଦରେ ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ପ୍ରଣୟ କୁମାର ମହାପାତ୍ରଙ୍କୁ ପଚାରିବାରୁ କହିଛନ୍ତି, ବିଦ୍ୟାଳୟ ଗୃହ ନିର୍ମାଣ ଦାୟିତ୍ୱ ଏବେ ପଞ୍ଚାୟତିରାଜ ବିଭାଗକୁ ହସ୍ତାନ୍ତର କରାଯାଇଛି। କଲ୍ୟାଣପୁର ଶିକ୍ଷାନୁଷ୍ଠାନ ସମସ୍ୟା ସମ୍ପର୍କରେ ଶିକ୍ଷା ବିଭାଗ ଅବଗତ ରହିଛି ଏବଂ ଶୀଘ୍ର ଏହାର ପ୍ରତିକାର କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri