ବଧୁ ହତ୍ୟା ମାମଲାର ରାୟ ପ୍ରକାଶ: ସ୍ବାମୀ, ଶାଶୁ, ଶ୍ୱଶୁରଙ୍କୁ ୧୦, ନଣନ୍ଦଙ୍କୁ ୭ ବର୍ଷ ଜେଲ

ଆନନ୍ଦପୁର, ୧। ୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ କୃଷ୍ଣପୁର ଗ୍ରାମର ଏକ ବଧୂ ହତ୍ୟା ମାମଲାରେ ରାୟ ଗୁରୁବାର ପ୍ରକାଶ ପାଇଛି। ସ୍ବାମୀ, ଶାଶୁ , ଶ୍ୱଶୁରଙ୍କୁ ୧୦ ବର୍ଷ ଓ ନଣନ୍ଦଙ୍କୁ ୭ ବର୍ଷ ଜେଲଦଣ୍ଡାଦେଶ ହୋଇଛି। ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ ରାଜେଶ ଦାଶ ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ସୂଚନାମୁତାବକ, ନନ୍ଦିପଦା ଥାନା ଗିରିଗାଁ ଗ୍ରାମର ଗଣେଶ ସ୍ବାଇଁଙ୍କ ଝିଅ ରମାମଣି ତା୯।୬।୨୦୧୪ରିଖରେ ଘସିପୁରା ବ୍ଲକ କୃଷ୍ଣପୁର ଗ୍ରାମର ବସନ୍ତ ଓଝାଙ୍କ ପୁଅ ଗଣେଶ ଓରଫ ଦୟାନିଧି ଓଝାଙ୍କୁ ବୈଦିକ ରୀତିରେ ଘସିପୁରା ଝାଡେଶ୍ୱର ମନ୍ଦିରରେ ବିବାହ କରିଥିଲେ। ବିବାହ ସମୟରେ ଦାବି ମୁତାବକ ଯାନୀ ଯୌତୁକ ଦିଆଯାଇଥିଲା। କିଛି ମାସ ପରେ ଅଧିକ ଯୌତୁକ ଦାବି କରି ଶ୍ୱଶୁର ଘର ଲୋକେ ରମାମଣିଙ୍କୁ ମାରି ଟାଙ୍ଗି ଦେଇଥିବା ରମାମଣିଙ୍କ ଭାଇ ଅଲେଖ ସ୍ବାଇଁ ରାମଚନ୍ଦ୍ରପୁର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା (୧୦୪/୧.୧୦.୨୦୧୫) ରୁଜୁ କରିଥିଲା। ଜିଆର୍‌ (ନଂ ୫୩୩/୨୦୧୫) କୋର୍ଟ ସ୍ବାମୀ ଗଣେଶ, ଶ୍ୱଶୁର ବସନ୍ତ , ଶାଶୁ ଜହ୍ନ, ନଣନ୍ଦ କୁନିକୁ ମୁଦାଲା ଭାବେ ଗ୍ରହଣ କରି ଦଣ୍ଡାଦେଶ ପ୍ରଦାନ କରିଛନ୍ତି। ସାକ୍ଷୀ ପ୍ରମାଣକୁ ଆଧାର କରି ୪୯୮(ଏ),୩୪ ଧାରାରେ ସ୍ବାମୀ , ଶାଶୁ , ଶ୍ୱଶୁର ଓ ନଣନ୍ଦକୁ ୨ ବର୍ଷ ଜେଲ୍‌ ଦଣ୍ଡ ଓ ୧୦ ହଜାର ଜରିମାନା, ୪ଡିପି ଆକ୍ଟରେ ସମସ୍ତଙ୍କୁ ୧ ବର୍ଷ ଜେଲ୍‌ ଦଣ୍ଡ ଓ ୫ ହଜାର ଟଙ୍କା ଜରିମାନା ଏବଂ ୩୪-ବି, ୩୪ ଧାରରେ ସ୍ବାମୀ, ଶାଶୁ, ଶ୍ୱଶୁରଙ୍କୁ ୧୦ ବର୍ଷ ଜେଲ ଦଣ୍ଡ ସହ ନଣନ୍ଦ କୁନିର ବୟସ ଏବଂ ଏକ ଛୋଟ ପିଲା ଥିବାରୁ ତାକୁ ଦୃଷ୍ଟିରେ ରଖି ମାନ୍ୟବର କୋର୍ଟ ତାଙ୍କୁ ୭ ବର୍ଷ ଜେଲ ଦଣ୍ଡାଦେଶ ଦିଆଯାଇଛି। ସେସନ୍‌ ଟ୍ରାଏଲ୍‌ କେସ୍‌ (ନଂ ୪୬/୮୪) ଜରିମାନା ଅନାଦେୟ ଅଧିକ ୬ ମାସ ଜେଲଦଣ୍ଡ ଭୋଗିବାକୁ ପଡିବ ବୋଲି ରାୟ ପ୍ରକାଶ ପାଇଛି। ସରକାରୀ ଓକିଲ ଭାବେ ବରିଷ୍ଠ ଆଇନଜୀବୀ ମହେନ୍ଦ୍ର ମହାପାତ୍ର ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri