ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ପାଟପୁର,୨୨ା୮(ଡି.ଏନ.ଏ.)-ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଏସ୍‌.ଗୋପାଳପୁର କାଳୀମନ୍ଦିର ସାହିରେ ମଙ୍ଗଳବାର ରାତିରେ ଜଣେ ମହିଳାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ସେ ହେଲେ ଏସ୍‌.ଗୋପାଳପୁର ଗ୍ରାମର ବାସନ୍ତୀ ପ୍ରଧାନ। ବୁଧବାର ସକାଳେ ପାଟପୁର ପୋଲିସ ଓ ସାନଖେମୁଣ୍ଡି ତହସିଲଦାର ତଥା କାର୍ଯ୍ୟନିର୍ବାହୀ ମାଜିଷ୍ଟେଟ୍‌ ଅମିତ କୁମାର ନାୟକଙ୍କ ଉପସ୍ଥିତିରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇଥିବା ଜଣାପଡିଛି। ପୂର୍ବରୁ ମୋ ଝିଅକୁ ଶାଶୁଘର ଲୋକେ ନିର୍ଯାତନା ଦେଉଥିବାବେଳେ ମଙ୍ଗଳବାର ରାତିରେ ମାରିଦେଇଛନ୍ତି ବୋଲି ବାସନ୍ତୀଙ୍କ ବାପା ବିଷ୍ଣୁ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏ ନେଇ ନଂ.୧୬୧/୧୯ରେ ମାମଲା ରୁଜୁ କରି ପୋଲିସ ମୃତ ବାସନ୍ତୀଙ୍କ ସ୍ବାମୀ କୃଷ୍ଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଲାଇଛି। ଅନ୍ୟପକ୍ଷରେ ବାସନ୍ତୀ ଆତ୍ମହତ୍ୟା କରିଥିବା ସ୍ବାମୀ ଓ ଶାଶୁଘର ଲୋକେ ପୋଲିସ ନିକଟରେ ବୟାନ ଦେଇଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ପ୍ରକୃତ କାରଣ ଜଣାପଡିବ ବୋଲି ଥାନା ଅଧିକାରୀ ରମେଶ କୁମାର ପ୍ରଧାନ କହିଛନ୍ତି। ପ୍ରକାଶ ଯେ, ଆସିକା ଥାନା ସିମାଖାଇ ଗ୍ରାମର ବିଷ୍ଣୁ ପ୍ରଧାନଙ୍କ ଝିଅ ବାସନ୍ତୀ ଦେଢ ବର୍ଷ ତଳେ ପାଟପୁର ଥାନା ଏସ.ଗୋପାଳପୁର ଗ୍ରାମର କୃଷ୍ଣଙ୍କୁ ବିବାହ କରିଥିଲେ। ବିବାହ ବେଳେ ଦାବି ମୁତାବକ ଯୌତୁକ ସାମଗ୍ରୀ ଦିଆଯାଇଥିବାବେଳେ ଅଧିକ ଯୌତୁକ ଦାବିରେ ତାଙ୍କୁ ନିର୍ଯାତନା ଦିଆଯାଉଥିବା ତାଙ୍କ ବାପା ପୋଲିସକୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

ନୂଆବର୍ଷ ଭେଟି ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁରବାସୀଙ୍କୁ ଓଡ଼ିଆ ନବବର୍ଷରେ କଂଗ୍ରେସ ଭେଟି ଦେଇଛି ବିଧାୟକ ପ୍ରାର୍ଥୀ। ଚିତ୍ରସେନ ବେହେରାଙ୍କ ନାମ ଘୋଷଣା...

ମନ୍ତ୍ରୀ ପାଲିଲେ ଓଡ଼ିଆ ନବ ବର୍ଷ

ଭଞ୍ଜନଗର,୧୪ା୪(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ରବିବାର ଭଞ୍ଜନଗର ନିକଟସ୍ଥ ଅଗଝୋଳ ସ୍ଥିତ ବାସଭବନରେ ଓଡ଼ିଆ ନବ ବର୍ଷ ପାଳନ କରିଛନ୍ତି। ଏହି ଅବସରରେ...

କେଦାରେଶ୍ୱର ମନ୍ଦିରରୁ ଚୋରି

ପୁରୁଷୋତ୍ତମପୁର,୧୪ା୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚୋରମାନେ ମହାଦେବଙ୍କୁ ମଧ୍ୟ ଛାଡ଼ି ନାହାନ୍ତି। କୁସୁପୁର ଗ୍ରାମରେ ଥିବା କେଦାରେଶ୍ବର ମହାଦେବ ମନ୍ଦିରରେ ଶନିବାର ବିଳମ୍ବିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri