ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ପାଟପୁର,୨୨ା୮(ଡି.ଏନ.ଏ.)-ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଏସ୍‌.ଗୋପାଳପୁର କାଳୀମନ୍ଦିର ସାହିରେ ମଙ୍ଗଳବାର ରାତିରେ ଜଣେ ମହିଳାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ସେ ହେଲେ ଏସ୍‌.ଗୋପାଳପୁର ଗ୍ରାମର ବାସନ୍ତୀ ପ୍ରଧାନ। ବୁଧବାର ସକାଳେ ପାଟପୁର ପୋଲିସ ଓ ସାନଖେମୁଣ୍ଡି ତହସିଲଦାର ତଥା କାର୍ଯ୍ୟନିର୍ବାହୀ ମାଜିଷ୍ଟେଟ୍‌ ଅମିତ କୁମାର ନାୟକଙ୍କ ଉପସ୍ଥିତିରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇଥିବା ଜଣାପଡିଛି। ପୂର୍ବରୁ ମୋ ଝିଅକୁ ଶାଶୁଘର ଲୋକେ ନିର୍ଯାତନା ଦେଉଥିବାବେଳେ ମଙ୍ଗଳବାର ରାତିରେ ମାରିଦେଇଛନ୍ତି ବୋଲି ବାସନ୍ତୀଙ୍କ ବାପା ବିଷ୍ଣୁ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏ ନେଇ ନଂ.୧୬୧/୧୯ରେ ମାମଲା ରୁଜୁ କରି ପୋଲିସ ମୃତ ବାସନ୍ତୀଙ୍କ ସ୍ବାମୀ କୃଷ୍ଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଲାଇଛି। ଅନ୍ୟପକ୍ଷରେ ବାସନ୍ତୀ ଆତ୍ମହତ୍ୟା କରିଥିବା ସ୍ବାମୀ ଓ ଶାଶୁଘର ଲୋକେ ପୋଲିସ ନିକଟରେ ବୟାନ ଦେଇଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ପ୍ରକୃତ କାରଣ ଜଣାପଡିବ ବୋଲି ଥାନା ଅଧିକାରୀ ରମେଶ କୁମାର ପ୍ରଧାନ କହିଛନ୍ତି। ପ୍ରକାଶ ଯେ, ଆସିକା ଥାନା ସିମାଖାଇ ଗ୍ରାମର ବିଷ୍ଣୁ ପ୍ରଧାନଙ୍କ ଝିଅ ବାସନ୍ତୀ ଦେଢ ବର୍ଷ ତଳେ ପାଟପୁର ଥାନା ଏସ.ଗୋପାଳପୁର ଗ୍ରାମର କୃଷ୍ଣଙ୍କୁ ବିବାହ କରିଥିଲେ। ବିବାହ ବେଳେ ଦାବି ମୁତାବକ ଯୌତୁକ ସାମଗ୍ରୀ ଦିଆଯାଇଥିବାବେଳେ ଅଧିକ ଯୌତୁକ ଦାବିରେ ତାଙ୍କୁ ନିର୍ଯାତନା ଦିଆଯାଉଥିବା ତାଙ୍କ ବାପା ପୋଲିସକୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?