ଭଣ୍ଡାରିପୋଖରୀ, ୨୭।୫ (ଡି.ଏନ.ଏ.)-ଭଣ୍ଡାରିପୋଖରୀ ଥାନା ବାଲିପୋଖରୀ ଗ୍ରାମରେ ଜଣେ ମହିଳାଙ୍କୁ ଶାଶୁ ଘର ଲୋକେ ମାରି ଦେଇଥିବା ଅଭିଯୋଗ ହୋଇଛି। ମୃତମହିଳା ହେଲେ ପ୍ରମିଳା ଦାସ। ପ୍ରମିଳାଙ୍କ ସାନ ବାପା ବସନ୍ତ ପାତ୍ରଙ୍କ ଅଭିଯୋଗକୁ ଭିତ୍ତି କରି ଭଣ୍ଡାରିପୋଖରୀ ଥାନା ପୋଲିସ ଏନେଇ ମୃତ ମହିଳାଙ୍କ ସ୍ବାମୀ ହିମାଂଶୁ ଦାସଙ୍କ ସମେତ ୪ଜଣଙ୍କ ନାମରେ ଏକ ମାମଲା (ନଂ.୯୩/୨୦) ରୁଜୁ କରି ତଦନ୍ତ ଜାରି ରଖିଛି।
ପୋଲିସ ସୂଚନା ଅନୁଯାୟୀ, ବନ୍ତ ଥାନା ଅଣ୍ଡିଆ ଗ୍ରାମର ପ୍ରମିଳା ୨୦୧୫ ଡିସେମ୍ବର ମାସରେ ହିମାଂଶୁଙ୍କୁ ପ୍ରେମ ବିବାହ କରିଥିଲେ। ବିବାହର କିଛି ଦିନ ପରେ ଶାଶୁ ଘର ପକ୍ଷରୁ ବିଭିନ୍ନ ସମୟରେ ତାଙ୍କୁ ଶାରିରୀକ ଓ ମାନସିକ ନିର୍ଯାତନା ଦିଆଯାଉଥିଲା। ଏନେଇ ଥାନାରେ ଅଭିଯୋଗ ପରେ ଉଭୟଙ୍କ ମଧ୍ୟରେ ମୀମାଂସା ହୋଇଥିଲା। ଗତ ସୋମବାର ପ୍ରମିଳାଙ୍କୁ ଶାଶୁ ଘର ଲୋକେ ନିର୍ଯାତନା ଦେବାସହ ବିଷ ପିଆଇ ମାରିଦେଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Posted inଆମ ଜିଲା ଖବର, ଭଦ୍ରକ View All
ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…
ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…
କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା
ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…
ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର
ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…
ମା’ ପାଇଁ ଗଛଟିଏ: ଚାରାରୋପଣ ପାଇଁ ଆଗ୍ରହ ଦେଖାଦେଉଛନ୍ତି ଛାତ୍ରୀଛାତ୍ର
ଦାରିଙ୍ଗବାଡି,୮।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୭୭ତମ ବନ ମହୋତ୍ସବ ତଥା ମା’ଙ୍କ ପାଇଁ ଗଛଟିଏ କାର୍ଯ୍ୟକ୍ରମ…
କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…
ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…
ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ
କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…
ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା
କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…
ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…
ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…
Archives

