ବନବିଭାଗର ଅବହେଳା: ଅସୁସ୍ଥ ମାଈ ହାତୀର ଜୀବନ ଗଲା

ଦେବଗଡ଼,୨୬ା୫(ସ୍ବ.ପ୍ର.): ଦେବଗଡ଼ ରେଞ୍ଜ ତଥା କଂସର ଫରେଷ୍ଟ ସେକ୍ସନ ଅଧୀନ ହିରନ୍‌ ଗ୍ରାମରେ ଗତ ଏପ୍ରିଲ ୬ ତାରିଖରୁ ଆଶ୍ରୟ ନେଇଥିବା ଅସୁସ୍ଥ ହାତୀର ସ୍ବାସ୍ଥ୍ୟବସ୍ଥାରେ ଯଥେଷ୍ଟ ଉନ୍ନତି ଘଟିଥିବା ବେଳେ ଶନିବାର ରାତିରେ ନାଳହିଡରୁ ଖସିପଡ଼ି ପୁଣିଥରେ ଅସୁସ୍ଥ ହୋଇପଡ଼ିଥିଲା। ତେବେ ରବିବାର ମାଈ ହାତୀଟିର ମୃତ୍ୟୁ ଘଟିଛି। ସୂଚନା ଥାଉ କି, ଚଳିତ ମାସ ୨ ତାରିଖରେ ସମ୍ପୃକ୍ତ ପାହାଡ଼ି ନାଳ ପାଣିରେ ହାତୀଟି ଖସି ପଡ଼ିଥିବାବେଳେ ବନ କର୍ମଚାରୀ ଗ୍ରାମବାସୀଙ୍କ ସହ ପାଣିରୁ ଉଠାଇଥିଲେ। ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପରୁ ଆସି ଚିକିସତ୍ା କରିଥିବା ୱାଇଲ୍ଡ ଲାଇଫ୍‌ ଏକ୍ସପର୍ଟ ଡା. ଖନିମ୍‌ ଚାଙ୍ଗମୀଙ୍କ ପରାମର୍ଶକ୍ରମେ ଉନ୍ନତମାନର ଓଷଧ ଓ ଉପଯୁକ୍ତ ଖାଦ୍ୟ ଖାଇବା ପରେ ହାତୀଟି ସୁସ୍ଥ ହୋଇଥିଲା। ତେବେ ମାଆ ହାତୀଟି ପୁଣି ତଳେ ପଡ଼ି ରହିଥିବାବେଳେ ଜିଲା ପ୍ରାଣୀଧନ ବିଭାଗ ପକ୍ଷରୁ ନୋଡାଲ ଅଫିସର ଡା.ଶୁଭେନ୍ଦୁ ଘୋଷଙ୍କ ନେତୃତ୍ୱରେ ଏଡିଭିଓ ଡା.ସମୀର ସାହୁ ଓ ତିଳେଇବଣି ଭିଏଏସ୍‌ ଡା.ସତ୍ୟବ୍ରତ ମିଶ୍ର ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଚିକିସତ୍ା କରିଥିଲେ ମଧ୍ୟ ରବିବାର ହାତୀଟିର ମୃତ୍ୟୁ ଘଟିଛି। ଚିକିତ୍ସାରେ ବିଳମ୍ବ ଓ ବନ ବିଭାଗର ଚରମ ଅବହେଳା ଯୋଗୁ ଏପରି ହୋଇଥିବା ଗ୍ରାମବାସୀ ବନ ବିଭାଗକୁ ଦାୟୀ କରିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri