ଜଳେଶ୍ୱର, ୧୦।୬(ସ୍ବ.ପ୍ର)-ବିଳମ୍ବରେ ହେଲେ ମଧ୍ୟ ବାଲେଶ୍ୱର ଜିଲାର ରାଇବଣିଆ ଅଞ୍ଚଳରେ ଚଳିତବର୍ଷ ବାରମ୍ବାର ହାତୀ ଉପଦ୍ରବରେ କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କୁ ବନବିଭାଗ ପକ୍ଷରୁ କ୍ଷତିପୂରଣ ପ୍ରଦାନ କରାଯାଇଛି। ରାଇବଣିଆ ଥାନା ଶ୍ୟାମନଗର, କାଳିକ, ରାଇବଣିଆ, ସର୍ଦ୍ଦାରବନ୍ଧ, ବରଡିହା, କଳମା ପଞ୍ଚାୟତରେ ପ୍ରାୟ ୫୦ଏକର ଜମିର ଫସଲ ଏବଂ ୮୦ଟି ଘର ଭାଙ୍ଗିଥିବା ଅଭିଯୋଗ ହୋଇଥିଲା। ବନବିଭାଗ ଓ ରାଜସ୍ବ ବିଭାଗ ମିଳିତ ଭାବେ କ୍ଷୟକ୍ଷତିର ଆକଳନ କଲା ପରେ ଆର୍ଥତ୍କ ଅନୁଦାନ ସହାୟତା କରାଯାଇଛି ବୋଲି ଜଳେଶ୍ୱର ରେଞ୍ଜ ଅଫିସର ସରୋଜ କୁମାର ମହାନ୍ତି କହିଛନ୍ତି।
ରାଇବଣିଆ ଅଞ୍ଚଳର ୧୨୧ଜଣ ବ୍ୟକ୍ତିଙ୍କର ୪୨ ଏକର ୫୬ ଡିସିମିଲ ଜମିର ଫସଲ ହାତୀମାନେ ନଷ୍ଟ କରିଥିଲେ। ସରକାରଙ୍କ ନୀତି ନିୟମ ଅନୁଯାୟୀ ଏକର ପିଛା ୧୦ହଜାର ଟଙ୍କା କ୍ଷତିପୂରଣ ବାବଦରେ ଦେବାକୁ ଥିବାରୁ ମୋଟ ୪ଲକ୍ଷ ୨୫ହଜାର ୬ଶହ ଟଙ୍କା କ୍ଷତିଗ୍ରସ୍ତ ଚାଷୀକୁ ବ୍ୟାଙ୍କ ପାସ୍ବୁକ୍ରେ ଜମା କରାଯାଇଛି ା ରାଇବଣିଆ ଥାନା ଅନ୍ତର୍ଗତ ଶ୍ୟାମନଗର ପଞ୍ଚାୟତର ଘାସିପଡ଼ା ଗାଁର ବାହାଦୁର ମାରାଣ୍ଡିକୁ ଏକ ଦନ୍ତା ଦଳି ମାରିଥିବାରୁ ତାଙ୍କ ବିଧବା ପନତ୍ୀ ଆଲାଦି ମାରାଣ୍ଡିଙ୍କୁ ୪ଲକ୍ଷ ଟଙ୍କା କ୍ଷତିପୂରଣ ରାଶି ଦିଆଯାଇଛି। ୧୦ଟି ସମ୍ପୂର୍ଣ୍ଣ ଘର ଭାଙ୍ଗିଯାଇଥିବାରୁ ୧୦ହଜାର ଲେଖାଏଁ ୧ଲକ୍ଷ ଟଙ୍କା ଓ ୩୫ଟି ଆଂଶିକ ଗୃହ ଭାଙ୍ଗିଥିବା ବାବଦକୁ ୨ହଜାର ଟଙ୍କା ଲେଖାଏଁ ୭୦ହଜାର ଟଙ୍କା ପ୍ରଦାନ କରାଯାଇଥିବା ରେଞ୍ଜର ମହାନ୍ତି କହିଛନ୍ତି। ଚେକ୍ ଓ ଆର୍ଥତ୍କ ସହାୟତା ପ୍ରଦାନ ବେଳେ ସରପଞ୍ଚ ପ୍ରତିନିଧି ଚନ୍ଦନ ପାତ୍ର, ନାଏବ ସରପଞ୍ଚ ସୁରେନ୍ ମୁର୍ମୁ, ଫରେଷ୍ଟର ତପନ ସିଂ, ଲୁସୁ କିସ୍କୁ ଓ ଗ୍ରାମ୍ୟ ମୁଖ୍ୟ ସୁରେଶ ମହନ୍ତ ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର, ବାଲେଶ୍ୱର View All
ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍କ୍ତ ଗିରଫ
ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…
ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….
ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…
ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ
କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…
ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍ପରଙ୍କ ଜୀବନ, ଚାଳକ…
ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…
ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…
ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…
ମଦ ପିଇ ବସ୍ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍ ଆନାଲାଇଜର୍ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍ ସସ୍ପେଣ୍ଡ ସହ…
ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…
ଫାସଡ୍ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍ପର…
ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍ ଶୁକତେଲ ନଦୀ…
ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…
ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…
Archives

