ବନମାଳୀପୁର ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ

ଖଣ୍ଡପଡା,୫ା୧୦(ସ୍ବ.ପ୍ର.): ଆଞ୍ଚଳିକ ସ୍ପୋଟର୍‌ସ କ୍ଲବ ବନମାଳୀପୁର ଆନୁକୂଲ୍ୟରେ ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ବନମାଳୀପୁର ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ୩୨ ତମ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ମ୍ୟାଚରେ ବାଙ୍କୀର ବ୍ରହ୍ମପୁରା କ୍ରିକେଟ କ୍ଲବ ୧୮ ରନରେ ରଘୁନାଥ କ୍ରିକେଟ କ୍ଲବ ଓଡ଼ଗାଁକୁ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଛି । ପ୍ରଥମେ ବ୍ରହ୍ମପୁରା କ୍ରିକେଟ କ୍ଲବ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ବିନିମୟରେ ୧୨୩ ରନ ସଂଗ୍ରହ କରିଥିଲା । ଜବାବରେ ଓଡଗାଁ ଟିମ୍‌ ନିର୍ଦ୍ଧାରିତ ଓଭରରେ ସମସ୍ତ ଉଇକେଟ ହରାଇ ମାତ୍ର ୧୦୫ ରନ କରି ପରାଜିତ ହୋଇଥିଲା। ବିଜୟୀ ଦଳର ଅନିଲ ସାହୁ ସର୍ବାଧିକ ୩୦ ରନ କରିଥିବା ବେଳେ ଚିତ୍ତ ରଞ୍ଜନ ଧଳ ୪ ଓଭରରେ ୧୭ ରନ ଦେଇ ୪ଟି ଉଇକେଟ ଅକ୍ତିଆର କରି ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ । ଶିକ୍ଷାବିତ୍‌ ଗଦାଧର ତ୍ରିପାଠୀ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଉଭୟ ଟିମ୍‌ର ଖେଳାଳିଙ୍କୁ ଉତ୍ସାହିତ କରିଥିଲେ ା ବିଭୁ ପ୍ରସାଦ ସାହୁ ଓ ବିରଞ୍ଚତ୍ ନାରାୟଣ ପୃଷ୍ଟି ମ୍ୟାଚ ପରିଚାଳନା କରିଥିଲେ। ଶନିବାର ବ୍ରାହ୍ମଣୀ ଦେବୀ କ୍ରିକେଟ କ୍ଲବ ଝଗଡ଼ପଡ଼ା ଓ ବରୁଣେଇ କ୍ରିକେଟ କ୍ଲବ ମଧ୍ୟରେ ୨ୟ ଲିଗ୍‌ ମ୍ୟାଚ ଅନୁଷ୍ଠିତ ହେବ ବୋଲି ଟୁର୍ନାମେଣ୍ଟର ଆୟୋଜକଙ୍କଠାରୁ ପ୍ରକାଶ । ଚଳିତବର୍ଷ ଆଖପାଖ ଅଞ୍ଚଳରୁ ୮ଟି ଟିମ୍‌ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri