ବନମାଳୀପୁର ଟି-୨୦ କ୍ରିକେଟ ଉଦ୍‌ଯାପିତ: ମା’ ବ୍ରାହ୍ମଣୀ ଦେବୀ କ୍ରିକେଟ କ୍ଲବ ଚାମ୍ପିୟନ

ଭାପୁର,୧୨ା୧୦(ଡି.ଏନ୍‌.ଏ.): ବନମାଳୀପୁର ଆଞ୍ଚଳିକ ସ୍ପୋର୍ଟସ କ୍ଲବ ଆନୁକୂଲ୍ୟରେ ୩୨ତମ ବାର୍ଷିକ ଚ୍ୟାଲେଞ୍ଜ କପ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚରେ ବ୍ରାହ୍ମଣୀ ଦେବୀ କ୍ରିକେଟ କ୍ଲବ ଝଗଡ଼ପଡ଼ା ରାମଚନ୍ଦ୍ର କ୍ରିକେଟ କ୍ଲବ ବଘେଇକୁ ୯୩ ରନରେ ପରାସ୍ତ କରି ଚାମ୍ପିୟନ ହୋଇଛି। ଟସ୍‌ ଜିତି ମା’ ବ୍ରାହ୍ମଣୀ ଦେବୀ କ୍ରିକେଟ କ୍ଲବ ୧୯.୪ ଓଭରରେ ସମସ୍ତ ଉଇକେଟ ହରାଇ ୧୬୪ ରନ କରିଥିଲା। ଜବାବରେ ରାମଚନ୍ଦ୍ର କ୍ରିକେଟ କ୍ଲବ ୧୧.୨ ଓଭରରେ ସମସ୍ତ ଉଇକେଟ ହରାଇ ମାତ୍ର ୭୨ ରନ କରିପାରିଥିଲା। ମ୍ୟାଚକୁ ପ୍ରଶାନ୍ତ ସେଠୀ ଓ ଜ୍ୟୋତିରଞ୍ଜନ ସାହୁ ପରିଚାଳନା କରିଥିଲେ। ଚାମ୍ପିୟନ ଦଳର ବିକାଶ ସେନାପତି ମ୍ୟାନ ଅଫ ଦି ମ୍ୟାଚ ଓ ଟୁର୍ନାମେଣ୍ଟ ବିବେଚିତ ହୋଇଥିଲେ। ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ମୁଖ୍ୟଅତିଥି ଓ ସ୍ଥାନୀୟ ସରପଞ୍ଚ ସୁରେଖା ସାହୁ, ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶିଶିର କୁମାର ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ମୁଖ୍ୟଅତିଥି ଚାମ୍ପିୟନ ଦଳକୁ ୭୦୦୧ ଟଙ୍କା ସହ ଟ୍ରଫି ଓ ରନର୍ସ ଅପ୍‌ ଦଳକୁ ୫୦୦୧ ଟଙ୍କା ସହ ଟ୍ରଫି ପ୍ରଦାନ କରିଥିଲେ। ଉତ୍ସବରେ ଗଦାଧର ତ୍ରିପାଠୀ ସଭାପତିତ୍ୱ କରିଥିଲାବେଳେ ଚତୁର୍ଭୁଜ ସାହୁ ମଞ୍ଚ ପରିଚାଳନା କରିଥିଲେ। କ୍ଲବ ମ୍ୟାନେଜର ଜିତେନ୍ଦ୍ର କୁମାର ସାହୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri