ବନରକ୍ଷୀଙ୍କୁ କାଠଚୋରଙ୍କ ଆକ୍ରମଣ: ସରକାରୀ ଗାଡ଼ି ଭଙ୍ଗାରୁଜା

ଦେବଗଡ଼,୨୨ା୪(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ କୁଣ୍ଢେଇଗୋଳା ସେକ୍ସନ ଅଧୀନ ସଂଘାପଶି ଜଙ୍ଗଲରୁ ପଡ଼ୋଶୀ ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ପାଟକୁମୁଣ୍ଡା ଗ୍ରାମର କେତେକ ଦୁର୍ବୃତ୍ତ ବନରକ୍ଷୀଙ୍କୁ ଆକ୍ରମଣ କରି ଗଛ କାଟି ନେବା ସହ ସରକାରୀ ଗାଡ଼ି ଭଙ୍ଗାରୁଜା କରିଥିବା କୁଣ୍ଢେଇଗୋଳା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ କୁଣ୍ଢେଇଗୋଳା ଥାନା ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ସୂଚନାନୁଯାୟୀ, ଦେବଗଡ଼ ବନଖଣ୍ଡ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ସଙ୍ଘାପଶି ଜଙ୍ଗଲରୁ ପଡ଼ୋଶୀ ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ପାଟକୁମୁଣ୍ଡା ଗ୍ରାମର କେତେକ ଦୁର୍ବୃତ୍ତ ଗଛକାଟି ଚୋରି କରି ନେଉଥିବା ସୂଚନା ପାଇ ବନ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେମାନେ ପହଞ୍ଚିବା ବେଳକୁ ପାଟକୁମୁଣ୍ଡା ଗ୍ରାମର ରଘୁ ପ୍ରଧାନ ଓ ଲୁଲୁ ପ୍ରଧାନ ୨ଟି ଶଗଡ଼ରେ ଜଙ୍ଗଲ ମଧ୍ୟରୁ କଞ୍ଚା ଗଛସବୁ କାଟି ନେଉଥିବା ଦେଖିବାକୁ ପାଇ ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ। ମାତ୍ର ସେମାନେ ବନରକ୍ଷୀ କାର୍ତ୍ତିକେୟ ପ୍ରଧାନଙ୍କୁ ଗାଳି ଗୁଳଜ କରି ହତ୍ୟା ଧମକ ଦେବାସହ ତାଙ୍କର ସରକାରୀ ଗାଡ଼ିଟିକୁ ଭଙ୍ଗାରୁଜା କରିଥିଲେ। ଫଳରେ ବନରକ୍ଷୀ ମୋବାଇଲରେ ଅଭିଯୁକ୍ତମାନଙ୍କ ଫଟୋ ଉଠାଇବା ସହ କୁଣ୍ଢେଇଗୋଳା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ କୁଣ୍ଢେଇଗୋଳା ଥାନା ପୋଲିସ ଉପରୋକ୍ତ ଅଭିଯୁକ୍ତ ଦ୍ୱୟଙ୍କ ବିରୋଧରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri