ବନ୍ତ ପୋଲିସର ମାଡ଼ ଘଟଣା: ଟୁଇଟ ପରେ କନଷ୍ଟେବଳ ନିଲମ୍ବିତ

ଭଦ୍ରକ ଅଫିସ,୨୬।୫: ବନ୍ତ ଥାନାଧିକାରୀଣୀଙ୍କ ଉପସ୍ଥିତିରେ ରାସ୍ତା ଉପରେ ଜଣେ ଲୋକଙ୍କୁ ଗୋଡାଇ ଗୋଡ଼ାଇ ପିଟିବା ଘଟଣା। ଭଦ୍ରକ ଏସ୍‌ପି ରାଜେଶ ପଣ୍ଡିତ ଏହି ଘଟଣାରେ ଜଣେ କନଷ୍ଟେବଳଙ୍କୁ ନିଲମ୍ବିତ କରିଛନ୍ତି। ଏଥିସହ ବନ୍ତ ଥାନାରେ ଏନେଇ ଏକ ମାମଲା ରୁଜୁ ହେବା ସହ ତଦନ୍ତ ଜାରି ରହିଛି ବୋଲି ଟୁଇଟରରେ ଭଦ୍ରକ ଏସ୍‌ପି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଗତ କିଛି ଦିନ ତଳେ ଭଦ୍ରକ ଆନନ୍ଦପୁର ରାଜ୍ୟ ରାଜପଥର ବନ୍ତ ଥାନା ନିକଟରେ ଜଣେ ବ୍ୟକ୍ତି ମାସ୍କ ପିନ୍ଧି ନ ଥିବାରୁ ପୋଲିସ କର୍ମଚାରୀମାନେ ତାଙ୍କୁ ରାଜରାସ୍ତାରେ ବାଡ଼େଇଥିଲେ। ପରେ ସଂପୃକ୍ତ ବ୍ୟକ୍ତିଙ୍କୁ ବନ୍ତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରକ୍ତାକ୍ତ ଅବସ୍ଥାରେ ଭର୍ତ୍ତି କରାଯାଇଥିଲା। ତେବେ ଦୁଇ ଦିନ ପୂର୍ବରୁ ସେ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି। ଏହି ମାଡ଼ମାରିବା ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି। ସୋମବାର ବନ୍ତ ଅଞ୍ଚଳର ଜଣେ ସାମାଜିକକର୍ମୀ ଲାଲା ସ୍ବାଇଁ ଏହି ଘଟଣା ବିଷୟରେ ଏସ୍‌ପି ସମେତ ବରିଷ୍ଠ ପୋଲିସ ଅଧିକାରୀ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ଟୁଇଟ କରି ଅବଗତ କରାଇବା ପରେ ଘଟଣା ସାମ୍ନାକୁ ଆସିଥିଲା। ଅପରପକ୍ଷେ ମହିଳା କନେଷ୍ଟବଳଙ୍କୁ ଉକ୍ତ ଯୁବକ ଜଣକ ଦୁର୍ବ୍ୟବହାର କରିଥିଲେ। ତେବେ ଏହି ଘଟଣାର ତଦନ୍ତ ଚାଲିଛି ତଦନ୍ତ ପରେ ସତ ସାମ୍ନାକୁ ଆସିବ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ନିଆଁବର୍ଷା! ୩୫ ଛୁଇଁଲାଣି ପାରା

ଭୁବନେଶ୍ୱର,୨୦।୪: ଆଜି ବି କଲବଲ କରିବ ତାତି । ସକାଳୁ ଛୁଇଁଲାଣି ୩୫ । ଆଜି ସକାଳ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା...

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri