Posted inଭଦ୍ରକ

ବନ୍ତ ବଜାର ଚଳଚଞ୍ଚଳ: ସୂଚନା ନ ଥିବା ଯୋଗୁ ଦ୍ୱନ୍ଦରେ ବ୍ୟବସାୟୀ

ବନ୍ତ,୨୧।୫(ଡି.ଏନ୍‌.ଏ.)-କରୋନା ମହାମାରୀ ମୁକାବିଲା ପାଇଁ ଗତ ମାର୍ଚ୍ଚ ଶେଷ ସପ୍ତାହଠାରୁ ଦେଶରେ ଲକଡାଉନ ଜାରି ରହିଛି। ସେହିଦିନଠାରୁ ଭଦ୍ରକ ଜିଲା ବନ୍ତ ବଜାରର ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିଥିଲା। ପରେ କେନ୍ଦ୍ର ସରକାର ୪ର୍ଥ ପର୍ଯ୍ୟାୟ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି। ଏ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ କଟକଣା ଲାଗୁ କରିଛନ୍ତି। ଗୁରବାର ବନ୍ତ ବଜାରର ସମସ୍ତ ଦୋକାନ ଖୋଲା ରହିଛି। ଶୁକ୍ରବାର ସାବିତ୍ରୀ ବ୍ରତ ଥିବାରୁ ବଜାରରେ ଲୋକଙ୍କ ଭିଡ ଦେଖିବାକୁ ମିଳିଛି। ମାତ୍ର ଦୋକାନ ଖୋଲିବା ନେଇ ବ୍ୟବସାୟୀମାନେ ଦ୍ୱନ୍ଦରେ ପଡିଛନ୍ତି। ଜିଲା ପ୍ରଶାସନସ୍ତରରେ ପ୍ରତ୍ୟେକ ରିଟେଲ୍‌ ସପ୍‌ ସକାଳ ୭ଟାରୁ ସା ୬ଟା ଏବଂ ଔଷଧ ଦୋକାନ ଓ ପେଟ୍ରୋଲ ପମ୍ପ୍‌ ସକାଳ ୭ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଖୋଲା ରଖିବା ପାଇଁ ନିର୍ଦ୍ଦେଶ ହୋଇଛି। ଏପରିସ୍ଥଳେ ବ୍ଲକ ପ୍ରଶାସନ ପକ୍ଷରୁ କୌଣସି ବିଧିବଦ୍ଧ ସୂଚନା ଡାକବାଜି ଯନ୍ତ୍ର ସହାୟତାରେ ବ୍ୟବସାୟୀମାନଙ୍କୁ ଦିଆଯାଇ ନାହିଁ। ଫଳରେ ବନ୍ତ ବ୍ଲକର ବିଭିନ୍ନ ବଜାରର ବ୍ୟବସାୟୀମାନେ ଦ୍ୱନ୍ଦରେ ପଡିଛନ୍ତି। ବ୍ୟବସାୟୀମାନେ କହିଛନ୍ତି, ଆମେ ଦୋକାନ ଖୋଲିବା ପରେ ପ୍ରଶାସନ ଆସି ଦୋକାନ ବନ୍ଦ କରିବ ଏବଂ ଆମ ଉପରେ ଜରିମାନା ଲାଗୁ କରିବ। ତେଣୁ ବ୍ଲକ ପ୍ରଶାସନ ତରଫରୁ ଡାକବାଜି ଯନ୍ତ୍ର ଯୋଗେ ଦୋକାନ ଖୋଲାଯିବା ସମ୍ପର୍କରେ ସୂଚନା ଦିଆଯାଉ ବୋଲି ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

ସମୂହ ନମାଜ ପାଠ କଲେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ

ଭଦ୍ରକ,୧୧ା୪(ସନାତନ ରାଉତ): ଶାନ୍ତି, ମୈତ୍ରୀ, ତ୍ୟାଗ ଓ ସମର୍ପଣର ପର୍ବ ଇଦ୍‌ ଅବସରରେ ଗୁରୁବାର ଭଦ୍ରକ ଇଦ୍‌ଗାହାଠାରେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ ସମୂହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri