ବନ୍ଦରର ବର୍ଦ୍ଧିତ ପ୍ରକଳ୍ପ ଉପରେ ସମୀକ୍ଷା

ପାରାଦୀପ, ୧୧ା୧(ସ୍ବ.ପ୍ର.): କେନ୍ଦ୍ର ବନ୍ଦର ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ସଚିବ ଡା.ସଞ୍ଜୀବ ରଞ୍ଜନ ସୋମବାର ପ୍ରଥମ ଥର ପାଇଁ ପାରାଦୀପ ଗସ୍ତ କରିଛନ୍ତି। ତାଙ୍କୁ ସେକ୍ଟର ୨୧ରେ ଥିବା ଜବାହର ଅତିଥି ଭବନରେ ବନ୍ଦର ଅଧ୍ୟକ୍ଷ ପି.ଏଲ ହାରାନ୍ଧ ସ୍ବାଗତ କରିଥିଲେ। ପରେ ସେ ବନ୍ଦର ନିଷିଦ୍ଧାଞ୍ଚଳ ଗସ୍ତ କରି ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଥିଲେ। ସାରେ ବନ୍ଦର ପ୍ରଶାସନିକ ଭବନର ବୋର୍ଡରୁମରେ ସମୀକ୍ଷା ବୈଠକ ହୋଇଥିଲା। ଏଥିରେ ବନ୍ଦର ବ୍ୟବହାରକାରୀ ସଂସ୍ଥା ଓ ଅନ୍ୟ ମାନଙ୍କ ସହ ଆଲୋଚନା ହୋଇଥିଲା। ଏହି ଗସ୍ତ ବେଳେ ସେ ପାରାଦୀପ ବନ୍ଦରର ବର୍ଦ୍ଧିତ ପ୍ରକଳ୍ପ ଉପରେ ସମୀକ୍ଷା କରିଛନ୍ତି। ପାରାଦୀପ-ଚଣ୍ଡିଖୋଲ ଜାତୀୟ ରାଜପଥ, କଟକ ପାରାଦୀପ ରାଜ୍ୟ ରାଜପଥ ପ୍ରଶସ୍ତିକରଣ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ଏଥିସହ ରେଳପଥ ସମ୍ପ୍ରସାରଣ, ଧାନମଣ୍ଡଳ-ଚଣ୍ଡିଖୋଲ ରେଳପଥକୁ ବିକଳ୍ପ ଭାବେ ବ୍ୟବହାର କରିବା ଉପରେ ସମୀକ୍ଷା କରିଥିଲେ। ଏତଦ୍‌ବ୍ୟତୀତ ନଦୀଭିତ୍ତିକ ବନ୍ଦର କାମ ଉପରେ କ’ଣ ଅଗ୍ରଗତି ହୋଇଛି ତା’ଉପରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଗତିଶକ୍ତି ଯୋଜନା ଅଧୀନ ଭାରତୀୟ ଜଳପଥ ପ୍ରାଧୀକରଣ କାମ ଉପରେ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା ହୋଇଛି। ମଙ୍ଗଳବାର ଭୁବନେଶ୍ୱରଠାରେ ବହୁମୁଖୀ ଗତିଶକ୍ତି ପ୍ରକଳ୍ପ ଉପରେ କର୍ମଶାଳା କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri