‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଂଗୀତ ମାନ୍ୟତା ଦାବି: ମନ୍ତ୍ରୀ ସଚିବଙ୍କ ସହ ଆଲୋଚନା କରି ପଦକ୍ଷେପ ନେବାକୁ ବାଚସ୍ପତିଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର, ୧୨।୩(ବ୍ୟୁରୋ): ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତ ଗାନକୁ ନେଇ ବିଧାନସଭାରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ, ଏହି ସଂଗୀତକୁ ରାଜ୍ୟ ସଂଗୀତର ମାନ୍ୟତା ଦିଆଯାଇ ନ ଥିବାରୁ ବିଭିନ୍ନ ସଭା ସମିତିରେ ମନଇଚ୍ଛା ଗାନ କରାଯାଉଛି। ଏଥିପାଇଁ କୌଣସି କଟକଣା ନାହିଁ। ଏହାର ପଂକ୍ତିକୁ ଶ୍ଲୋକ କରି ଗାଇବା ଉପରେ ସଦସ୍ୟମାନେ ଗୁରୁତ୍ୱ ଦେଇଛନ୍ତି। ଏହି ସଂଗୀତକୁ ରାଜ୍ୟ ସଂଗୀତର ମାନ୍ୟତା ଦେବା ଲାଗି ବହୁ ଆଗରୁ ସୁପାରିସ କରାଯାଇଥିଲେ ମଧ୍ୟ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଇ ନାହିଁ। ଏହି ସଂଗୀତକୁ ୫୦ ସେକେଣ୍ଡ ମଧ୍ୟରେ ସୀମିତ ରଖିବା ସହ ଏହାକୁ ରାଜ୍ୟ ସଂଗୀତର ମାନ୍ୟତା ଦେବା ଲାଗି ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ବିଧାନସଭାରେ ଦାବି କରିଛନ୍ତି।
ବିଜେଡି ସଭ୍ୟ ଅମର ଶତପଥୀ ଏହି ପ୍ରସଙ୍ଗ ଉଠାଇ କହିଲେ ଯେ, ବିଧାନସଭା ଓ ବିଭିନ୍ନ ସଭା ସମିତିରେ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଂଗୀତ ଭାବେ ଗାନ କରାଯାଉଛି। ଏହାକୁ ଆମେ ସମସ୍ତେ ଛିଡାହୋଇ ସମ୍ମାନ ଦେଉଛୁ। ତଥାପି ଏହି ସଂଗୀତକୁ ଜାତୀୟ ସଂଗୀତ ଭଳି ରାଜ୍ୟ ସଂଗୀତର ମାନ୍ୟତା ମିଳିଲା ନାହିଁ। ଏ ସମ୍ପର୍କିତ ସୁପାରିସ ନାଲି ଫିତା ତଳେ ରହିଯାଇଛି। ବିଜେଡି ସଭ୍ୟ ପ୍ରଫୁଲ୍ଲ ସାମଲ ଏବଂ କଂଗ୍ରେସ ସଭ୍ୟ ତାରାପ୍ରସାଦ ବାହିନୀପତି ‘ବନ୍ଦେ ଉତ୍କଳ ଜନନୀ’ ସଂଗୀତକୁ ୫୦ ସେକେଣ୍ଡ ମଧ୍ୟରେ ସୀମିତ କରିବା ସହିତ ରାଜ୍ୟ ସଂଗୀତର ମାନ୍ୟତା ଦେବାକୁ ଦାବି କରିଛନ୍ତି। ଏ ନେଇ ବାଚସ୍ପତିଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ବାଚସ୍ପତି କହିଥିଲେ ଯେ, ବନ୍ଦେ ଉତ୍କଳ ଜନନୀ ସଂଗୀତ ଉପରେ ବିଭାଗୀୟ ମନ୍ତ୍ରୀ ଏବଂ ସଚିବଙ୍କୁ ଡାକି ଏକ ବିଧାନସଭା କମିଟି ଗଠନକରି ଏହା ଉପରେ ନିଷ୍ପତ୍ତି ନିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri