ବନ୍ଦେ ଉତ୍କଳ ଜନନୀ ଗାଇବାକୁ ଜିଲାପାଳଙ୍କ ଅନୁରୋଧ  

ଅନୁଗୋଳ ଅଫିସ, ୨୯।୫- କରୋନା ଯୋଦ୍ଧାଙ୍କ ସମ୍ମାନାର୍ଥେ ୩୦ ତାରିଖ ଅପରାହ୍ନରେ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଥିବା ବେଳେ ଏହାକୁ ଅନୁଗୋଳ ଜିଲାବାସୀ ପାଳନ କରିବାକୁ ଜିଲାପାଳ ମନୋଜ କୁମାର ମହାନ୍ତି ଶୁକ୍ରବାର ଅନୁରୋଧ କରିଛନ୍ତି। ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଜିଲାପାଳ ଏହି ନିବେଦନ କରିବା ସହ ଅପରାହ୍ନରେ ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସହରର ୪୦ଟି ପୂଜା କମିଟି ଓ ଅନ୍ୟାନ୍ୟ ଅନୁଷ୍ଠାନର କର୍ମକର୍ତ୍ତାଙ୍କ ସହିତ ଆଲୋଚନା କରିଛନ୍ତି।
ଜିଲାପାଳ କହିଛନ୍ତି, ସହରାଞ୍ଚଳର ବସ୍ତି ବାସିନ୍ଦା ଓ ବିଭିନ୍ନ ଆପାର୍ଟମେଣ୍ଟରେ ରହୁଥିବା ଲୋକମାନେ ଶନିବାର ଅପରାହ୍ନ ୫ଟା ୩୦ରେ ବନ୍ଦେ ଉତ୍କଳ ଜନନୀ ସମବେତ ଭାବେ ଗାନ କରିବେ। ଏହି ସମୟରେ ଯାନବାହନ ଚଳାଚଳ ଓ ମୋବାଇଲ ବନ୍ଦ ରହିବ। ଅନୁଗୋଳ ସହରର ସମସ୍ତ ପୂଜା କମିଟି, ବଣିକ ସଂଘ, ଅନୁଗୋଳ ନାଗରିକ ମଞ୍ଚ, ବାର୍‌ ଆସୋସିଏଶନ୍‌, ବିଭିନ୍ନ ସାଂସ୍କୃତିକ ଓ ସାମାଜିକ କର୍ମୀ ଅନୁଷ୍ଠାନ, ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ତଥା ଶିଳ୍ପ ସଂସ୍ଥା ନିର୍ଦ୍ଧାରିତ ସମୟରେ ସଙ୍ଗୀତ ଗାନ କରିବେ। ଅନୁଗୋଳ ବଜାରର ପ୍ରତ୍ୟେକ ଛକ ସ୍ଥାନରେ ଏହି ସଙ୍ଗୀତ ଗାନ କରିବାକୁ ଜିଲାପାଳ ବଣିକ ସଂଘର କର୍ମକର୍ତ୍ତାମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି ସମୟରେ ସାମାଜିକ ଦୂରତା ବଜାୟ ରଖିବା ସହ ମାସ୍କ ପିନ୍ଧିବା ଜରୁରୀ ବୋଲି ଜିଲାପାଳ ପ୍ରକାଶ କରିଛନ୍ତି। ଏହି ବୈଠକରେ ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ, ପୌରପରିଷଦର ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶରତ ଚନ୍ଦ୍ର ସେଠୀ, ଅନୁଗୋଳ କେନ୍ଦ୍ରୀୟ ପୂଜା କମିଟି ସାଧାଣର ସମ୍ପାଦକ ଦିଲୀପ କୁମାର ପ୍ରଧାନ, କୋଷାଧ୍ୟକ ଅକ୍ଷୟ କୁମାର ଦାସ, ବସ୍‌ ମାଲିକ ସଂଘ ସମ୍ପାଦକ ରାଜୁ ମିଶ୍ର, ନୃତ୍ୟ ନିଳୟର ଯଜ୍ଞ ରାୟ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri