‘ବନ୍ଦେ ଉତ୍କଳ ଜନନୀ’ ଗାଇ କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବାକୁ ଆହ୍ବାନ

ବାଲେଶ୍ୱର ଅଫିସ, ୩୦।୫- କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ଓ କରୋନା ବିରୋଧରେ ସଂଗ୍ରାମ ଉଦ୍ଦେଶ୍ୟରେ ୩୦ ତାରିଖ ସନ୍ଧ୍ୟାରେ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ କରିବାକୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଆହ୍ବାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ବାଲେଶ୍ୱର ସଦ୍‌ଭାବନା ସଭାଗୃହରେ ଶୁକ୍ରବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ବୈଠକରେ ଅଧ୍ୟକ୍ଷତା କରି ଜିଲାରେ ପ୍ରତ୍ୟେକ ପଞ୍ଚାୟତ, ବ୍ଲକ ଓ ସହରାଞ୍ଚଳରେ ସୂଚାରୁ ରୂପରେ ତୁଲାଇବା ପାଇଁ ଗୁରୁତ୍ୱାରୋପ କରି ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଜିଲାର ସମସ୍ତ ଜନସାଧାରଣ, ସରକାରୀ, ବେସରକାରୀ ଅନୁଷ୍ଠାନ, ଶିଳ୍ପ, ବାଣିଜ୍ୟ, ଶିକ୍ଷାନୁଷ୍ଠାନ, ବ୍ୟବସାୟ ପ୍ରତିଷ୍ଠାନ,ସ୍ବେଚ୍ଛାସେବୀ, ସମାଜସେବୀ ଅନୁଷ୍ଠାନର ସଦସ୍ୟାସଦସ୍ୟମାନଙ୍କୁ ସାମାଜିକ ଦୂରତା ବଜାୟ ରଖି ମାସ୍କ ପିନ୍ଧି ଏହି ସଙ୍ଗୀତ ଗାନ କରିବାକୁ ଅନୁରୋଧ କରାଯାଇଛି। ଠିକ୍‌ ସନ୍ଧ୍ୟା ୫ଟା ୩୦ମିନିଟ୍‌ ସମୟରେ ଯିଏ ଯେଉଁଠାରେ ଅଛନ୍ତି ସେହିଠାରେ ରହି ‘ବନ୍ଦେ ଉତ୍କଳ ଜନନୀ’ ଗାନ କରି କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ସହିତ ଉତ୍ସାହିତ କରିବେ। ଏଥିସହିତ ସଙ୍ଗୀତ ଗାନ ସମୟର ଭିଜୁଆଲ ନିଜ ମୋବାଇଲ ବା କ୍ୟାମେରାରେ ରେକର୍ଡ଼ିଂ କରି ଜିଲା ପ୍ରଶାସନର ଅବଗତି ନିମନ୍ତେ ହ୍ବାଟସ୍‌ଆପ ନମ୍ବର ୭୯୭୮୬ ୯୪୦୪୬ ମାଧ୍ୟମରେ ପଠାଇପାରିବେ। ବୈଠକର ଆରକ୍ଷୀ ଅଧୀକ୍ଷକ ବି. ଯୁଗଳ କିଶୋର, ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକ, ଉପଜିଲାପାଳ ନୀଲୁ ମହାପାତ୍ର, ଅତିରିକ୍ତ ଜିଲା ଗ୍ରାମ୍ୟ ଉନ୍ନୟନ ନିର୍ଦ୍ଦେଶକ ପ୍ରକାଶ ବେହେରା, ଜିଲା ସଂସ୍କୃତି ଅଧିକାରୀ ମନସ୍ବିନୀ ରାଉତ, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦୀପକ ସାହୁଙ୍କ ବିଭିନ୍ନ ବିଭାଗୀୟ ଅଧିକାରୀ ଓ ସଙ୍ଗଠନର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri