ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାଇଲେ ସବୁବର୍ଗ

ମାଲକାନଗିରି,୩୦ା୫(ଡି.ଏନ୍‌.ଏ.)-କରୋନା ମୁକାବିଲା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରାମର୍ଶକ୍ରମେ ଶନିବାର ସମସ୍ତ ଓଡ଼ିଶାବାସୀ ସନ୍ଧ୍ୟା ସାଢେ ୫ଟାରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିଛନ୍ତି। ମାଲକାନଗିରି ଜିଲା ସଦର ମହକୁମା ମୁଖ୍ୟ ରାସ୍ତା ସୁଭାଷ ବୋଷ ଛକରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଛକ ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ମହିଳା ପୁରୁଷ, ସରକାରୀ, ବେସରକାରୀ କର୍ମଚାରୀ, ବ୍ୟବସାୟୀ, ବରିଷ୍ଠ ନାଗରିକ,ବୁଦ୍ଧିଜୀବୀ ଗଣମାଧ୍ୟମ ପ୍ରତିନିଧି, ବିଦ୍ୟାଳୟ ଛାତ୍ରୀଛାତ୍ର ସାମିଲ ହୋଇ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିଥିଲେ ା ପରେ ଭାରତମାତା କି ଜୟ, ବନ୍ଦେ ଉତ୍କଳ ଜନନୀ ଧ୍ୱନିରେ ସହର ମୁଖରିତ ହୋଇଥିଲା ା ଜିଲାର ସାତଟି ବ୍ଲକ, ପଞ୍ଚାୟତ ସଦର ମହକୁମା, ସଙ୍ଗରୋଧ ଗୃହରେ ରହୁଥିବା ପ୍ରବାସୀ ମଧ୍ୟ ଏଥିରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧାକୋବି ଭିତରେ ହେଉଥିଲା ଗଞ୍ଜେଇ ଚାଲାଣ, ମାଡି ବସିଲା ପୋଲିସ

ବାଲିମେଳା,୧୦।୯(ଶିବଦତ୍ତ ସାହୁ): ମାଫିଆମାନେ ବିଭିନ୍ନ ଅଭିନବ ଉପାୟରେ ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣ କରୁଥିବା ଘଟଣା ସାମ୍ନାକୁ ଆସୁଛି। ବଡ଼ ଚତୁରତାର ସହିତ ଏକ ପିକଅପ ଭ୍ୟାନ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?