ବନ୍ଦ କୋଠରୀରୁ ମହିଳାଙ୍କ ମୃତଦେହ ଉଦ୍ଧାର: ଶିଶୁପୁତ୍ରଙ୍କୁ ନେଇ ସ୍ବାମୀ ଫେରାର

ସମ୍ବଲପୁର, ୧୫।୧୧(ବ୍ୟୁରୋ)- ସମ୍ବଲପୁର ଜିଲା ମୁଦିପଡ଼ା ଘୁଷୁଣୀଯୋଡା ବନ୍ଧ ହିଡରେ ଥିବା ବସ୍ତିର ଏକ ଭଡ଼ାଘରୁ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କର ପରିଚୟ ମିଳି ନ ଥିବା ବେଳେ ପ୍ରାୟ ୨୦ ଦିନ ପୂର୍ବେ ମହିଳାଙ୍କ ସ୍ବାମୀ ଏବଂ ଶିଶୁପୁତ୍ର ସହ ଭଡ଼ାରେ ରହୁଥିବା ଜଣାପଡ଼ିଛି। ଏଣୁ ମହିଳାଙ୍କ ସ୍ବାମୀ ତାଙ୍କୁ ହତ୍ୟା କରି ଫେରାର ହୋଇଯାଇଥିବା ପୋଲିସ ସନ୍ଦେହ କରୁଛି।

ସୂଚନାନୁଯାୟୀ, ଉକ୍ତ ଘରୁ ଦୁର୍ଗନ୍ଧ ବାହାରୁଥିବା ଯୋଗୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଟାଉନ ଥାନା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘର ତାଲା ଭାଙ୍ଗି ଭିତରେ ପ୍ରବେଶ କରିଥିଲେ। ମହିଳାଙ୍କ ମୃତଦେହର ବିଭିନ୍ନ ସ୍ଥାନରେ କ୍ଷତଚିହ୍ନ ଥିବା ବେଳେ ମୁଣ୍ଡର ପଛପଟେ ଗଭୀର ଆଘାତ ଲାଗିଥିବା ଦେଖିବାକୁ ପାଇଥିଲେ। ଏପରିକି ତାଙ୍କ ବେକରେ କପଡ଼ା ଘୋଡ଼ା ହୋଇଥିଲା। ପ୍ରାୟ ୩ ରୁ ୪ ଦିନ ହେବ ତାଙ୍କୁ ହତ୍ୟା କରାଯାଇଥିବାରୁ ମୃତଦେହରୁ ଦୁର୍ଗନ୍ଧ ବାହାରୁଥିବା ପୋଲିସ କହୁଛି। ଘଟଣାସ୍ଥଳରୁ ସ୍ବାମୀ ଏବଂ ଶିଶୁପୁତ୍ର ଫେରାର ଅଛନ୍ତି। ଅପରପକ୍ଷେ ସେମାନଙ୍କ ଘରମାଲିକ ବାହାଲପଡ଼ାର ପଦ୍ମା ନାୟକ ଏ ବିଷୟରେ କିଛି ଜାଣି ନ ଥିବା କହିଛନ୍ତି। ଏହି ଦମ୍ପତ୍ତି ଗରିବ ଲୋକ ହୋଇଥିବାରୁ ଘର ଖଣ୍ଡେ ଦିଅ ବୋଲି ଅନୁରୋଧ କରିଥିଲେ। ଏଣୁ ସେ ୧୨ଶହ ଟଙ୍କା ଭଡ଼ା ସୂତ୍ରରେ ଘରଟି ଦେଇଥିଲେ ବୋଲି ପଦ୍ମା କହିଛନ୍ତି। ତେବେ ପ୍ରାୟ ସମୟରେ ସ୍ବାମୀସ୍ତ୍ରୀଙ୍କ ମଧ୍ୟରେ ବଚସା ହେଉଥିବା ନେଇ ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri