ବନ୍ଦ ଘରୁ ଗୋଟିଏ ପରିବାରର ୪ଜଣଙ୍କ ମୃତଦେହ ଉଦ୍ଧାର, ବିଷମିଶା କ୍ଷୀର ପିଇ ଆତ୍ମହତ୍ୟା କରିଥିବା ସନ୍ଦେହ

ସୁନ୍ଦରଗଡ଼,୧୧।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଅଧୀନ ଆଇଟି କଲୋନୀର ଏକ କ୍ୱାର୍ଟର୍ସରୁ ଶନିବାର ଗୋଟିଏ ପରିବାରର ୪ଜଣଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକମାନେ ହେଲେ ରଞ୍ଜିତ ପ୍ରସାଦ, ତାଙ୍କ ସ୍ତ୍ରୀ କଳ୍ପନା ଏବଂ ଦୁଇ ପୁଅ ଝିଅ। ରାଜଗାଙ୍ଗପୁର ଏସ୍‌ଡିପିଓ ବିଜୟ କୁମାର ନନ୍ଦ, ଆଇଆଇସି ଗୋକୁଳାନନ୍ଦ ସାହୁ ଏବଂ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମୃତଦେହ ନିକଟରେ ଅଧା ଭର୍ତ୍ତି କ୍ଷୀର ଥିବା ପାତ୍ର ମିଳଛି। ଏଣୁ ବିଷମିଶା କ୍ଷୀର ପିଇ ପରିବାର ସଦସ୍ୟ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଏସ୍‌ଡିପିଓ କହିଛନ୍ତି।

ସୂଚନାନୁଯାୟୀ, ଶନିବାର ସକାଳେ ଘର ଭିତରୁ ପଚାଗନ୍ଧ ଆସୁଥିବା ନେଇ ପୋଲିସକୁ ସ୍ଥାନୀୟ ଲୋକେ ଖବର ଦେଇଥିଲେ। ପୋଲିସ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଘରର କବାଟ ଭାଙ୍ଗି ଗଳିତ ମୃତଦେହଗୁଡ଼ିକର ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି। ଗତ ଗୁରୁବାରଠାରୁ ତାଙ୍କ ଘର ଭିତର ପଟୁ ତାଲା ପଡ଼ିଥିବା ପଡ଼ୋଶୀ କହିଛନ୍ତି। ଅପରପକ୍ଷେ ରଞ୍ଜିତ ଏକ ଘରୋଇ କମ୍ପାନୀରେ ଠିକାଦାରଙ୍କ ଅଧୀନରେ କାମ କରୁଥିଲେ। ସେ କଳ୍ପନାଙ୍କୁ ପ୍ରେମ ବିବାହ କରିଥିଲେ। ଉକ୍ତ କଲୋନୀରେ ପୁଅଝିଅଙ୍କ ସହ ରହି ଆସୁଥିଲେ। ଏପରିସ୍ଥଳେ ସେମାନଙ୍କର ଏଭଳି ଆତ୍ମହତ୍ୟା ପଛରେ କ’ଣ କାରଣ ରହିଛି ପୋଲିସ ସେ ନେଇ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୌତମ ଗମ୍ଭୀରଙ୍କ ଚାକିରି ବିପଦରେ! ବିଗୁଡୁଛି ଡ୍ରେସିଂ ରୁମର ମାହୋଲ

ନୂଆଦିଲ୍ଲୀ,୪।୮: ଗୌତମ ଗମ୍ଭୀର ହେଡ କୋଚ୍‌ ହେବା ପରେ ଭାରତ ୨୦୨୪ ଟି-୨୦ ବିଶ୍ୱକପ ଏବଂ ୨୦୨୫ ଚାମ୍ପିଅନ୍ସ ଟ୍ରଫି ଜିତିଥିଲେ ମଧ୍ୟ, ସତ୍ୟ ଏହା ଯେ…

ଅଭିଜିତଙ୍କ ନାଁରେ ସାଂଘାତିକ ଅଭିଯୋଗ: ତୁରନ୍ତ ଗିରଫ କରିବାକୁ ତେଜିଲା ଦାବି

ନୂଆଦିଲ୍ଲୀ,୪।୮: ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ଫୈଜାନ ଅନସାରୀ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଡିପକେଙ୍କ ବିରୋଧରେ ଦିଲ୍ଲୀ ପୋଲିସରେ ଏକ ଲିଖିତ ଅଭିଯୋଗ ଦାଖଲ…

ନିଜ ଗଡ଼ରେ ହାରିବା ପରେ ଚିନ୍ତାରେ ଭାଜପା: ରଣନୀତିରେ ହେବ ବଡ଼ ପରବର୍ତ୍ତନ

ପାଟନା,୪।୮: ବାଙ୍କିପୁର ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଫଳାଫଳ ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କୁ ବିହାରରେ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ବିକଳ୍ପ ଭାବରେ…

ଟ୍ରମ୍ପଙ୍କ ଉପରେ ବଢିବ ଚାପ! ଭାରତ ସମେତ ୬୦ ଦେଶ ଉପରେ ଲାଗୁ ହୋଇଥିବା ଶୁଳ୍କ ଉପରେ ମାମଲା ରୁଜୁ କଲେ ୨୫ଟି ଆମେରିକା ରାଜ୍ୟ

ଓ୍ବାଶିଂଟନ,୪।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ଶୁଳ୍କ ନୀତି ପୁଣି ଥରେ ଆଇନଗତ ବିବାଦରେ ଫସିଛି। ଡେମୋକ୍ରାଟମାନଙ୍କ ଦ୍ୱାରା ଶାସିତ ୨୫ଟି ଆମେରିକା ରାଜ୍ୟ ଟ୍ରମ୍ପ…

ଆମେରିକାରେ ହଇଚଇ! ଇରାନ ଉପରେ ଆକ୍ରମଣ ଯୋଜନା ଲିକ; ଏମାନଙ୍କୁ ଦାୟୀ କଲେ ଟ୍ରମ୍ପ…

ଓ୍ବାଶିଂଟନ,୪।୮: ଘଟଣାକ୍ରମ ପରେ, ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ ଯୋଜନା ବନ୍ଦ କରିଛି। ଟ୍ରମ୍ପ ଏହି ନିଷ୍ପତ୍ତି ପାଇଁ କାତାର ଏବଂ ୟୁଏଇର ମଧ୍ୟସ୍ଥତା…

ଗମ୍ଭୀର-କୋହଲି ବିବାଦ ଉପରେ ପୂର୍ବତନ ଅମ୍ପାୟାରଙ୍କ ବଡ଼ ବୟାନ, ‘ଏହା ଜରୁରୀ, ନଚେତ୍…’

ନୂଆଦିଲ୍ଲୀ,୪।୮: ପୂର୍ବତନ ଅନ୍ତର୍ଜାତୀୟ ଅମ୍ପାୟାର ଅନିଲ ଚୌଧୁରୀ ବିରାଟ କୋହଲିଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ କ୍ରିକେଟ୍‌ର ଆକର୍ଷଣ ଓ ରୋମାଞ୍ଚ…

‘ବିମାନ ବନ୍ଦରରୁ ସିଧା ଫାଶୀ ଖୁଣ୍ଟ…’, ହାସିନାଙ୍କ ବାଂଲାଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ମିଳିଲାନି ଧମକ

ଢାକା,୪।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ 2024 ରୁ ଭାରତରେ ରହୁଛନ୍ତି; କ୍ଷମତାରୁ ବହିଷ୍କୃତ ହେବା ପରଠାରୁ ସେ ସେଠାରେ ରହିଛନ୍ତି। ସେ କହିଛନ୍ତି…

ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, କାହାକୁ କେଉଁ ଦାୟିତ୍ବ ଜାଣନ୍ତୁ

ଭୁବନେଶ୍ୱର,୪।୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଧିକାରୀସ୍ତରରେ ସୋମବାର ଅଦଳବଦଳ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri