Posted inଜାତୀୟ

ବନ୍ଦ ଘରୁ ମିଳିଲା ୫ଜଣଙ୍କର ଗଳିତ ମୃତଦେହ

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ଭଜନପୁରା ଅଞ୍ଚଳରୁ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ବୁରାରି ଗଣଆତ୍ମହତ୍ୟା ଘଟଣା ଲୋକଙ୍କ ମନରୁ ଲିଭି ନ ଥିବା ବେଳେ ଉତ୍ତର-ପୂର୍ବ ଦିଲ୍ଲୀ ଭଜନପୁରାର ଏକ ଘରୁ ୫ଜଣଙ୍କର ମୃତଦେହ ମିଳିଛି। ସୂଚନାଯୋଗ୍ୟ, ଉକ୍ତ ଘର କିଛି ଦିନ ହେଲା ବନ୍ଦ ଥିବା ବେଳେ ବୁଧବାର ସେଠାରୁ ଗନ୍ଧ ଆସିବାରୁ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଖବରପାଇ ଘଟଣାସ୍ଥଳରେ ଭଜନପୁରା ପୋଲିସ ପହଞ୍ଚି ଘରର କବାଟକୁ ଭାଙ୍ଗି ଭିତରକୁ ପ୍ରବେଶ କରିଥିଲେ। ସେଠାରେ ତାଙ୍କୁ ୫ଜଣଙ୍କର ଗଳିତ ମୃତଦେହ ମିଳିଥିଲା। ମୃତକଙ୍କ ପରିଚୟ ଶମ୍ଭୁ, ସୁନୀତା ଓ ତାଙ୍କର ୩ପିଲା ରୂପେ ମିଳିଛି। ଏହି ମୃତଦେହ ସପ୍ତାହ ତଳର ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ସନ୍ଦେହ କରୁଛି। ମୃତଦେହକୁ ଉଦ୍ଧାର କରି ପୋଲିସ ବ୍ୟବଚ୍ଛେଦ ପାଇଁ ପଠାଇଛି। ରିପୋର୍ଟ ଆସିବା ପରେ ମୃତ୍ୟୁର ରହସ୍ୟ ଜଣାପଡ଼ିବ ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି। ତେବେ କେଉଁ ପରିସ୍ଥିତିରେ ସେମାନଙ୍କର ମୃତ୍ୟୁ ହୋଇଛି ସେନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ କୋକୁଆଭୟ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri