ବନ୍ଦ ଡାକରାକୁ ଲୋକେ ପ୍ରତ୍ୟାଖ୍ୟାନ କରିଛନ୍ତି: ଭାଜପା

ଭୁବନେଶ୍ୱର,୯ା୧(ବ୍ୟୁରୋ):କଂଗ୍ରେସ ଏବଂ ବାମପନ୍ଥୀଙ୍କ ଭାରତ ବନ୍ଦ ସମ୍ପୂର୍ଣ୍ଣ ବିଫଳ ହୋଇଛି। ବୁଧବାରର ଜୀବନଯାତ୍ରା ସ୍ବାଭାବିକ ରହିଥିବା ଭାଜପା ପକ୍ଷରୁ କୁହାଯାଇଛି। ଦଳର ଉପସଭାପତି ସମୀର ମହାନ୍ତି କହିଛନ୍ତି ଯେ, କଂଗ୍ରେସ ବନ୍ଦ ସମୟରେ ହିଂସା ସୃଷ୍ଟି କରେ। ଏହାକୁ ଦୃଷ୍ଟିରେ ରଖି କିଛି ସ୍ଥାନରେ ଦୋକାନ ବଜାର ବନ୍ଦ ଥିଲା। ରାଜଧାନୀ ଭୁବନେଶ୍ୱର, କଟକ ସମେତ ସବୁ ବଡ଼ ସହରରେ ଲୋକମାନେ ଏହି ବନ୍ଦକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଦେଶର ଜନତା ଉଭୟ ବାମପନ୍ଥୀ ଓ କଂଗ୍ରେସକୁ ନିର୍ବାଚନୀ ମଇଦାନରେ ପ୍ରତ୍ୟାଖ୍ୟାନ କରିଛନ୍ତି। ବିରୋଧୀଙ୍କ ବନ୍ଦ ପାଳନ ସେମାନଙ୍କର ହତାଶାଭାବକୁ ଦର୍ଶାଉଛି ବୋଲି ସମୀର କହିଛନ୍ତି। ସେହିପରି ଗତ କିଛି ମାସ ମଧ୍ୟରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ, ନାଗରିକତ୍ୱ ଆଇନରେ ସଂଶୋଧନ ଭଳି ଐତିହାସିକ ପଦକ୍ଷେପ ବାମପନ୍ଥୀ ଓ କଂଗ୍ରେସର ନିଦ ହଜାଇ ଦେଇଛି। ଭାରତ ବନ୍ଦ କାର୍ଯ୍ୟକ୍ରମ ଦ୍ୱାରା ଶ୍ରମିକମାନଙ୍କର କ’ଣ କ୍ଷତି ହେବ ତାହା ବିରୋଧୀ ବୁଝାଇବାରେ ଅକ୍ଷମ। ଅଣସଙ୍ଗଠିତ ଶ୍ରମିକମାନଙ୍କର ପେନସନ ପାଇଁ ଆଗରୁ କୌଣସି ସରକାର ଚିନ୍ତା କରି ନ ଥିଲେ। ହେଲେ କେନ୍ଦ୍ର ସରକାର ଶ୍ରମିକଙ୍କ ପାଇଁ ପେନ୍‌ସନ୍‌ ବ୍ୟବସ୍ଥା କରିଛନ୍ତି। ସେହିଭଳି ପ୍ରୋଭିଡେଣ୍ଟ ଫଣ୍ଡରେ ସୁଧାର ଆଣି ଏହାକୁ ଶ୍ରମିକ କଲ୍ୟାାଣ ଅଭିମୁଖୀ କରାଯାଇଥିବା ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ’ଣ ‘ଜିରୋ କାଜୁଆଲ୍ଟି ଓଡ଼ିଶା ମଡେଲ’? ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ।…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri