ବନ୍ଦ ଥିବା ବଜାର ଅଞ୍ଚଳ ବୁଲିଲେ ଜିଲାପାଳ

ବ୍ରହ୍ମପୁର ଅଫିସ, ୧୮ା୩ – କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ କଠୋର ପଦକ୍ଷେପ ଗ୍ରହଣ କରାଯାଉଛି। ରବିବାରରୁ ଗଞ୍ଜାମ ଜିଲାରେ ଭିଡ ତଥା ଜନଗହଳିକୁ ଏଡାଇବା ନେଇ ୧୪୪ ଧାରା ଜାରି କରାଯାଇଛି । ଏହି କ୍ରମରେ ସୋମବାରରୁ ସହରର ସମସ୍ତ ଭେଣ୍ଡିଂଜୋନ୍‌, ଜରୁରୀକଳିନ ସେବା ପ୍ରଦାନ କରୁଥିବା ଦୋକାନ ବ୍ୟତୀତ ସମସ୍ତ ବଡ ଦୋକାନ, ବଜାର, ସପିଂ ମଲ, ମାର୍କେଟ କମ୍ପ୍ଲେକ୍ସକୁ ବନ୍ଦ କରାଯାଇଛି। ମଙ୍ଗଳବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସହରର ବିଭିନ୍ନ ମାର୍କେଟ କମ୍ପ୍ଲେକ୍ସ ବୁଲି ଜନସାଧାରଣଙ୍କୁ ସଚେତନ କରିବା ସହ ଖୋଲା ରଖିଥିବା କିଛି ଦୋକାନୀ ଓ ଲଜିଂକୁ ତାଗିତ କରିଛନ୍ତି ା
କରୋନା ସାରାବିଶ୍ୱରେ ଭୟଙ୍କର ରୂପ ନେଉଥିବା ବେଳେ ଓଡିଶାରେ ଜଣେ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ତପତ୍ର ହୋଇଉଠିଛି ା ଜିଲାରେ ୧୪୪ ଧାରା ଲାଗୁ କରିବା ସହ ସହରର ସମସ୍ତ ଦୋକାନ, ବଜାର, ଶପିଂମଲକୁ ବନ୍ଦ କରାଯାଇଛି ା ମଙ୍ଗଳବାର ବନ୍ଦ କରାଯାଇଥିବା ଶପିଂମଲ, ଦୋକାନ ବଜାର ବନ୍ଦ ନେଇ ଜିଲାପାଳ ତଦାରଖ କରିଥିଲେ। ଜିଲାପାଳଙ୍କ ସମେତ ଉପଜିଲାପାଳ ସିନ୍ଧେ ଦତ୍ତାତ୍ରେୟ ଭାଉସାହେବ, ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ସମେତ ଅନ୍ୟ ପ୍ରଶାସନିକ ଅଧିକାରୀମାନେ ଡାକବାଜି ଯନ୍ତ୍ରଦ୍ୱାରା ପ୍ରଚାର କରିବା ସହ ସହରର ବିଭିନ୍ନ ବଜାର ଅଞ୍ଚଳ ବୁଲି ସଚେତନ କରିଥିଲେ ା ବୁଲିବା ବେଳେ କେତେକ ଦୋକାନ ଖୋଲିଥିବା ଦେଖିବାକୁ ମିଳିଥିଲା। ଉକ୍ତ ଦୋକାନୀଙ୍କୁ ଜିଲାପାଳ ଓ ଅନ୍ୟ ଅଧିକାରୀମାନେ ତାଗିଦ କରିବା ସହ ତୁରନ୍ତ ବନ୍ଦ କରିବାକୁ କହିଥିଲେ। କରୋନା ନେଇ କଟକଣା ନ ଉଠିବା ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri