ବନ୍ଦ ମଦ ଦୋକାନ ଖୋଲି ରାଜସ୍ବ ବଢ଼ାଅ: ଅବକାରୀ ମନ୍ତ୍ରୀ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ବନ୍ଦ ହୋଇପଡ଼ିଥିବା ମଞ୍ଜୁରୀପ୍ରାପ୍ତ ମଦ ଦୋକାନ ପୁନଃକାର୍ଯ୍ୟକ୍ଷମ କରି ରାଜସ୍ବ ବଢ଼ାଅ। ଭୁବନେଶ୍ୱରରେ ଅବକାରୀ ବିଭାଗର ତ୍ରୟମାସିକ ସମୀକ୍ଷା ବୈଠକରେ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଭାଗୀୟ ଅଧିକାରୀଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ମଦମୃତ୍ୟୁ ରୋକିବା ପାଇଁ ଅବକାରୀ ଧରପଗଡ଼କୁ ଜୋର୍‌ଦାର କରିବା ସହ ମଦ ଦୋକାନ ପରିଦର୍ଶନ କରି ଅଣଶୁଳ୍କ, ବିଷାକ୍ତ, ବେଆଇନ୍‌, ଚୋରା ମଦ ବିକ୍ରି ଉପରେ ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ମଲ୍ଟି ଡିସ୍‌ପ୍ଲିନାରୀ ସ୍କ୍ବାଡ଼ ଓ ଅଧିକାରୀଙ୍କ ସହଯୋଗରେ ଗଞ୍ଜେଇ ଚାଷ ନଷ୍ଟ କରିବାକୁ ମଧ୍ୟ କହିଛନ୍ତି। ବିଭାଗୀୟ ଶାସନ ସଚିବ ସୁଶୀଲ କୁମାର ଲୋହାନି ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରି ବିଭାଗରେ ସ୍ବଚ୍ଛତା ଓ ରାଜସ୍ବ ଲକ୍ଷ୍ୟ ପୂରଣ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି। ଅବକାରୀ ଆୟୁକ୍ତ ଅଞ୍ଜନ କୁମାର ମାଣିକ ସକାରାତ୍ମକ ଦୃଷ୍ଟିଭଙ୍ଗୀ ଓ ଅଙ୍ଗୀକାରବଦ୍ଧ ହୋଇ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ। ବୈଠକରେ ଅତିରିକ୍ତ ଶାସନ ସଚିବ ଡ. ତ୍ରିବିକ୍ରମ ପ୍ରଧାନ, ପାନୀୟ ନିଗମର ପରିଚାଳନା ନିର୍ଦ୍ଦେଶକ ସରୋଜ କୁମାର ସେଠୀ, ଯୁଗ୍ମ ଶାସନ ସଚିବ ସାଇଦତ୍ତ ବିପ୍ଳବ କେଶରୀ ପ୍ରଧାନ, କେନ୍ଦ୍ରାଞ୍ଚଳ ଓ ଦକ୍ଷିଣାଞ୍ଚଳ ଅବକାରୀ ଉପାୟୁକ୍ତଙ୍କ ସହ ସମସ୍ତ ଅବକାରୀ ଅଧିକ୍ଷକ ଓ ଅବକାରୀ ଗୋଇନ୍ଦା ବିଭାଗର ଅଧିକାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?