ବନ୍ଦ ରହିବ ବ୍ୟବସାୟ ପ୍ରତିଷ୍ଠାନ

ନୂଆଦିଲ୍ଲୀ, ଭୁବନେଶ୍ୱର,୨୧-୩: କରୋନା ପ୍ରଭାବକୁ କମ୍‌ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସାରା ଦେଶରେ ଜନତା କର୍ଫ୍ୟୁ ଲାଗି ଗୁରୁବାର ଦେଶବାସୀଙ୍କୁ ଆହ୍ବାନ ଜଣାଇଛନ୍ତି। ଏହାର ସମର୍ଥନରେ ସର୍ବଭାରତୀୟ ବ୍ୟବସାୟୀ ମହାସଂଘ(ସିଏଆଇଟି) ପକ୍ଷରୁ ରବିବାର ଦୋକାନ ବଜାର ବନ୍ଦ ରଖାଯିବାକୁ ନେଇ ନିଷ୍ପତ୍ତି ହୋଇଛି। ଜନତା କର୍ଫ୍ୟୁରେ ଯୋଗଦାନ ସ୍ବରୂପ ଦେଶର ୭ କୋଟି ବ୍ୟବସାୟୀ ଏହି ଦିନ ସେମାନଙ୍କ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରଖିବେ। ଏଥିରେ କାର୍ଯ୍ୟ କରୁଥିବା ପ୍ରାୟ ୪୦ କୋଟି କର୍ମଚାରୀ ଏହିଦିନ ଘରେ ରହିବେ ବୋଲି ସିଏଆଇଟି ମହାସଚିବ ପଓ୍ବନ ଖଣ୍ଡେଲଓ୍ବାଲ ସୂଚନା ଦେଇଛନ୍ତି। ଦିଲ୍ଲୀରେ ପ୍ରାୟ ୧୫ ଲକ୍ଷ ବ୍ୟବସାୟୀ ଏବଂ ୩୫ ଲକ୍ଷ କର୍ମଚାରୀ ଏହି କର୍ଫ୍ୟୁରେ ଯୋଗ ଦେବେ ବୋଲି ସେ କହିଛନ୍ତି।
ଏଭଳି ମହାମାରୀର ପ୍ରକୋପକୁ କମ୍‌ କରିବା ଲାଗି ନିଜ ଘରେ ଗୋଟିଏ ଦିନ ରହିବା ଲାଗି ମୋଦି ଆହ୍ବାନ ଜଣାଇଛନ୍ତି। ମାର୍ଚ୍ଚ ୨୨ ସକାଳ ୭ରୁ ରାତି ୯ ଯାଏ ଅତି ଆବଶ୍ୟକ ନ ହେଲେ ଘରେ ରହିବାକୁ କୁହାଯାଇଛି। ବିଶ୍ୱଯୁଦ୍ଧ-୧ ଏବଂ ୨ ସମୟରେ ଭାଇରସ କରୋନା ଭଳି ଏତେ ସଂଖ୍ୟକ ଦେଶକୁ କବଳିତ କରି ନ ଥିଲା। ଘରେ ରହିବା ଦ୍ୱାରା ଏହି ରୋଗ ବ୍ୟାପିବାକୁ କମ୍‌ କରିବ ବୋଲି ମୋଦି ଦେଶବାସୀଙ୍କୁ ନିବେଦନ କରିଛନ୍ତି।
ଏହି ପରିପ୍ରେକ୍ଷୀରେ ରାଜ୍ୟ ବ୍ୟବସାୟୀ ମହାସଂଘ ସଭାପତି ସୁଧାକର ପଣ୍ଡା କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ଆହ୍ବାନକୁ ସାଦରରେ ଗ୍ରହଣ କରି ପଦକ୍ଷେପ ନେବାକୁ ନିଷ୍ପତ୍ତି ହୋଇଛି। ରାଜ୍ୟରେ ବ୍ୟବସାୟୀଙ୍କୁ ଏ ନେଇ ଚିଠି ଲେଖାଯାଇଛି। ସାରା ରାଜ୍ୟରେ ବ୍ୟବସାୟ ପ୍ରତିଷ୍ଠାନଗୁଡିକୁ ବନ୍ଦ ରଖିବା ଲାଗି ନିବେଦନ କରାଯାଇଛି। କରୋନା ବିରୋଧରେ ମିଳିତ ହୋଇ ଲଢିବାର ଏହା ସମୟ। ଏଣୁ ସମସ୍ତେ ଏକାଠି ହୋଇ ଏହାକୁ ଲଢିଲେ ସୁସ୍ଥ ସମାଜ ଗଠନରେ ଯୋଗଦାନ ରଖାଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବରରେ ବଢ଼ିଲା GST ସଂଗ୍ରହ: ୧.୭୪ ଲକ୍ଷ କୋଟି ଟଙ୍କା ଛୁଇଁଲା ରାଜସ୍ୱ

ନୂଆଦିଲ୍ଲୀ,୧।୧: ଦେଶରେ ବସ୍ତୁ ଓ ସେବା କର (GST) ସଂଗ୍ରହ କ୍ଷେତ୍ରରେ ପୁଣି ଉତ୍ସାହଜନକ ଅଭିବୃଦ୍ଧି ଦେଖିବାକୁ ମିଳିଛି। ଗତ ନଭେମ୍ବର ମାସର ମନ୍ଥରତା ପରେ...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri