ବନ୍ଦ ହେଲା ଅନ୍‌ଲାଇନ୍‌ ଟିକେଟ ବ୍ୟବସ୍ଥା

ଅନୁଗୋଳ ଅଫିସ, ୨୯।୩ – କରୋନା ରୋକିବାକୁ ଲୋକଙ୍କ ମଧ୍ୟରେ ସାମାଜିକ ଦୂରତା ରକ୍ଷା କରାଯିବା ଅତ୍ୟନ୍ତ ଆବଶ୍ୟକ। ଏପରି କି ପରିବା ଦୋକାନ ଠାରୁ ମେଡିସିନ ଦୋକାନ ଯାଏ ସବୁଠି ଲକ୍ଷ୍ମଣରେଖା ଟଣାଯାଇଛି। ତେବେ ଶନିବାରଠାରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ମଧ୍ୟ ଏପରି ବ୍ୟବସ୍ଥାକୁ ଆପଣାଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ୧୫ରୁ ୨୦ଟି ରେଖାଙ୍କିତ ଚିହ୍ନ କରାଯାଇ ସାମାଜିକ ଦୂରତା ବ୍ୟବସ୍ଥା କରାଯାଇଥିବା ସୂଚନା ମିଳିଛି। ସେହିପରି ଏଠାରେ ଅନ୍‌ ଲାଇନ୍‌ ଟିକେଟ ବ୍ୟବସ୍ଥାକୁ ସ୍ଥଗିତ ରଖାଯାଇଛି।
ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଉପରେ ଅନୁଗୋଳ ସହ ପଡ଼ୋଶୀ ଜିଲା ଢେଙ୍କାନାଳ, ବୌଦ୍ଧ ଓ ଦେବଗଡ଼ର ଲୋକମାନେ ନିର୍ଭର କରନ୍ତି। କିଛି ଦିନ ପୂର୍ବରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅନ୍‌ଲାଇନ୍‌ରେ ନାମ ପଞ୍ଜୀକରଣ କରିବା ପରେ ଧାଡ଼ି ବ୍ୟବସ୍ଥାରେ ଆଉଟଡୋରରେ ଥିବା ଡାକ୍ତରଙ୍କ ନିକଟକୁ ରୋଗୀମାନେ ଯାଉଥିଲେ। କିନ୍ତୁ କରୋନା ପାଇଁ ଧାଡ଼ିରେ ରହି ଟିକେଟ୍‌ ଓ ଡାକ୍ତରଙ୍କୁ ଦେଖାଇବା ବେଳେ ସାମାଜିକ ଦୂରତା ରକ୍ଷା କରାଯାଇପାରୁ ନ ଥିଲା। ତେଣୁ ମେଡିକାଲ କର୍ତ୍ତୃପକ୍ଷ ୧୫ରୁ ୨୦ଟି ରେଖାକୃତ ବୃତ୍ତ କରି ଆଉଟଡୋରରେ ରୋଗୀଙ୍କ ମଧ୍ୟରେ ସାମାଜିକ ଦୂରତା ରକ୍ଷାର ବ୍ୟବସ୍ଥା କରିଛନ୍ତି। କେବଳ ଆଉଟ୍‌ଡୋର ନୁହେଁ, ମେଡିକାଲ ପରିସରରେ ଥିବା ଆହାର କେନ୍ଦ୍ର ସହ ବିଭିନ୍ନ ୱାର୍ଡରେ ମଧ୍ୟ ସମାନ ବ୍ୟବସ୍ଥା କରାଯାଇଛି। ଏପରି କି ରୋଗୀ ଦେଖିବା ବେଳେ ଡାକ୍ତରମାନେ ନିଜେ ଟିକେଟ୍‌ ଲେଖିବେ ବୋଲି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri