Posted inପୁରୀ

ବନ୍ଦ ହେଲା ମନ୍ଦାରବସ୍ତ ସାପ୍ତାହିକ ହାଟ

କଣାସ,୩୧ା୩(ସ୍ବ.ପ୍ର.)- କରୋନାର ବଢ଼ୁଥିବା ପ୍ରଭାବ ଯୋଗୁ ସାରା ପୃଥିବୀ ସ୍ତମ୍ଭୀଭୂତ ହୋଇପଡିଛି। ଏହାର ମୁକାବିଲା କରିବାକୁ ସରକାର ୨୧ଦିନିଆ ଲକଡାଉନ ଘୋଷଣା କରାଯାଇଥିବାବେଳେ ବହୁ ସମର୍ଥନ ମଧ୍ୟ ମିଳୁଛି। କିନ୍ତୁ ପୁରୀ ଜିଲା କଣାସ ବ୍ଲକରେ ଅନେକ ବ୍ୟକ୍ତି ଲକଡାଉନ ନ ମାନି ବାହାରେ ବୁଲୁଥିବାବେଳେ ହାଟଗୁଡ଼ିକରେ ଅଯଥା ଭିଡ଼ କରୁଛନ୍ତି। ଏଥିପାଇଁ ସ୍ଥାନୀୟ ମନ୍ଦାରହାଟର ସାପ୍ତାହିକ ହାଟକୁ ପୋଲିସ ହସ୍ତକ୍ଷେପ କରି ବନ୍ଦ କରିଦେଇଛି। ଲକଡାଉନକୁ ସମର୍ଥନ କରିବା ସହ ସାମାଜିକ ଦୂରତା ବଜାୟ ରଖିବା, ଜରୁରୀ ନ ଥିଲେ ଘରୁ ନ ବାହାରିବା ପାଇଁ ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ପ୍ରତି ଗ୍ରାମ ବୁଲି ସଚେତନ କରାଯାଉଛି। କିନ୍ତୁ ଲୋକମାନେ ଏହାକୁ ମାନୁ ନ ଥିବାରୁ ପୋଲିସ, ତହସିଲଦାର ଓ ବିଡିଓଙ୍କ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ସୋମବାର କଣାସଠାରେ ହେଉଥିବା ସାପ୍ତାହିକ ହାଟରେ ଏପରି ଜନଗହଳି ହୋଇଥିଲା ଯେ ପ୍ରଶାସନ ଲୋକଙ୍କୁ ହଟାଇବାରେ ବହୁ ହଇରାଣ ହୋଇଥିଲେ। ମଙ୍ଗଳବାର ଗଡସାନପୁଟ ପଞ୍ଚାୟତର ମନ୍ଦାରବସ୍ତଠାରେ ସାପ୍ତାହିକ ହାଟ ପାଳି ଥିବାରୁ ଧୀରେ ଧୀରେ ଲୋକଙ୍କ ଭିଡ଼ ହେବାକୁ ଲାଗିଥିଲା। ଖବରପାଇ କଣାସ ଥାନା ଆଇଆଇସି ତପନ ରାଉତ, ତହସିଲଦାର ଉମାକାନ୍ତ ରାଉତ ପୋଲିସ ଫୋର୍ସ ସହ ପହଞ୍ଚିବାପରେ ଲୋକେ ଦୌଡ଼ିବାକୁ ଲାଗିଥିଲେ। ପରେ ତହସିଲଦାରଙ୍କ ଉପସ୍ଥିତିରେ ପୋଲିସ ହାଟକୁ ବନ୍ଦ କରିଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ଲହଡ଼ିରେ ଭାସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପୁରୀ,୩୦।୩(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଡିପ୍‌ କରେଣ୍ଟ ଯୋଗୁ ସମୁଦ୍ରରେ ଗାଧୋଇବା ବେଳେ ୨ଜଣ ପର୍ଯ୍ୟଟକ ଭାସିଯାଇ ମୃତ୍ୟୁବରଣ…

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri