ବନ୍ଦ ହେଲା ରାଜ୍ୟର ସମସ୍ତ ପୋଲିସ ପ୍ରଶିକ୍ଷଣ କେନ୍ଦ୍ର

ଭୁବନେଶ୍ୱର,୨୧ା୩(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀରୁ ରକ୍ଷା ପାଇବା ପାଇଁ ସରକାର ଏବଂ ପୋଲିସ ପକ୍ଷରୁ ବିିଭିନ୍ନ ସ୍ଥାନରେ କଟକଣା ଜାରି କରାଯାଇଥିଲା କିନ୍ତୁ ରାଜ୍ୟରେ ଥିବା ପୋଲିସ ପ୍ରଶିକ୍ଷଣ ଶିବିରଗୁଡ଼ିକ ଖୋଲା ରହିଥିଲା। ପ୍ରଶିକ୍ଷଣ ଶିବିରଗୁଡିକରେ ଏକା ସାଙ୍ଗରେ ୩୦୦ରୁ ୫୦୦ ଅନ୍ତେବାସୀ ରହୁଥିବାରୁ ସଂକ୍ରମଣ ହେବାର ଆଶଙ୍କା ରହିଛି। ଶୁକ୍ରବାର ଓଡ଼ିଶା ପୋଲିସ ପକ୍ଷରୁ ଭୁବନେଶ୍ୱରରେ ଥିବା ବିଜୁ ପଟ୍ଟନାୟକ ଷ୍ଟେଟ୍‌ ପୋଲିସ ଏକାଡେମୀ ସମେତ ରାଜ୍ୟରେ ଥିବା ଅନ୍ୟ ପୋଲିସ ପ୍ରଶିକ୍ଷଣ କେନ୍ଦ୍ରଗୁଡ଼ିକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଜୁ ପଟ୍ଟନାୟକ ଷ୍ଟେଟ୍‌ ପୋଲିସ ଏକାଡେମୀରେ ଏବେ ଏସ୍‌ଆଇ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ୩୦୦ ଅଧିକାରୀ ପ୍ରଶିକ୍ଷଣ ନେଉଛନ୍ତି। ସେମାନଙ୍କୁ ଘରକୁ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସେମାନେ ଘର ପାଖ ଥାନାରେ କାର୍ଯ୍ୟ କରିବାକୁ କୁହାଯାଇଛି। ପୋଲିସ ପୋଷାକରେ ରହି କାର୍ଯ୍ୟ କରିବାକୁ କୁହାଯାଇଥିଲେ ମଧ୍ୟ ଷ୍ଟାର୍‌ ନ ଲଗାଇବାକୁ ନିର୍ଦ୍ଦେଶ ଦିଆଯାଇଥିବା ଜଣେ ଅନ୍ତେବାସୀ ସୂଚନା ଦେଇଛନ୍ତି।
ଷ୍ଟେଟ୍‌ ପୋଲିସ ଏକାଡେମୀରେ ଏକା ସାଙ୍ଗରେ ୩୦୦ ଅଫିସରଙ୍କୁ ଟ୍ରେନିଂ ଦିଆଯାଉଥିବା ବେଳେ ଅନୁଗୋଳରେ ୫୦୦, ନୟାଗଡ଼ରେ ୩୦୦ ଏବଂ ଝାରସୁଗୁଡ଼ା ଟ୍ରେନିଂ ସେଣ୍ଟରରେ ୫୦୦ କର୍ମଚାରୀ ପ୍ରଶିକ୍ଷଣ ନେଉଥିଲେ। ଏହାଛଡା ପ୍ରତି ପୋଲିସ ଜିଲାରେ ୨ରୁ ୪ ଟି ବାରାକ୍‌ ରହୁଥିବାବେଳେ ପ୍ରତ୍ୟେକ ବାରାକ୍‌ରେ ଅତି କମ୍‌ରେ ୩୦୦ରୁ ଅଧିକ ଅନ୍ତେବାସୀ ରହୁଛନ୍ତି। ତେବେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସମ୍ଭାଳିବା ପାଇଁ ବାରାକ୍‌ ଖୋଲା ରଖାଯାଇଥିବା ବେଳେ ପ୍ରଶିକ୍ଷଣ କେନ୍ଦ୍ରଗୁଡ଼ିକୁ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

ଛାତ୍ରମାନେ ଏକା ନୁହଁନ୍ତି… ଇଣ୍ଡିଆ ବ୍ଲକ ବୈଠକ ପରେ ରାହୁଲଙ୍କ ସହ ବିରୋଧୀ ଏମପି ଗଲେ ଗାନ୍ଧୀ ସ୍ମୃତି

ନୂଆଦିଲ୍ଲୀ,୨୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଗୁରୁବାର ଇଣ୍ଡିଆ ବ୍ଲକର ଏକ ବୈଠକ ଡକାଯାଇଥିଲା। NEET ପେପର୍‌ ଲିକ ପ୍ରସଙ୍ଗ ଉପରେ ଆଲୋଚନା କରିବା…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

‘ସରକାର ବହୁତ ଅହଂକାରୀ ହୋଇଗଲାଣି…’, ଜନ୍ତର ମନ୍ତର ପହଞ୍ଚି କାହିଁକି ଏମିତି କହିଲେ ମେହବୁବା ମୁଫତି? CJPକୁ କଲେ ସମର୍ଥନ

ନୂଆଦିଲ୍ଲୀ,୨୩।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଗୁରୁବାର (୨୩ ଜୁଲାଇ) ଦିଲ୍ଲୀର ଜନ୍ତର ମନ୍ତରରେ CJP ଦ୍ୱାରା ଆୟୋଜିତ ଏକ ପ୍ରତିବାଦକୁ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

ସୁନାବେଶକୁ ନେଇ ବଡ଼ ସୂଚନା, ସବୁଠୁ ବଡ଼ ଚ୍ୟାଲେଞ୍ଜ ହେବ…

ପୁରୀ,୨୩।୭: ଶୁକ୍ରବାର ପବିତ୍ର ବାହୁଡ଼ାଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରଥଯାତ୍ରା ପରିଚାଳନା…

CJP ହିଂସା ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ! ବାତିଲ ହେବ….

ନୂଆଦିଲ୍ଲୀ,୨୩।୭: ଜନ୍ତର ମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ (CJP) ପ୍ରତିବାଦ ସମୟରେ ଘଟିଥିବା ହିଂସାରେ ଜଡିତ ଲୋକଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦିଲ୍ଲୀ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri