Posted inଜାତୀୟ

ବନ୍ଧକ ଥିବା ସମସ୍ତ ଶିଶୁ ସୁରକ୍ଷିତ ଭାବେ ଉଦ୍ଧାର

ଲକ୍ଷ୍ନୌ,୩୧।୧: ଉତ୍ତରପ୍ରଦେଶର ଫରୁଖାବାଦ ଜିଲାରେ ଜଣେ ଦୁର୍ବୃତ୍ତ ପ୍ରାୟ ୨୩ଜଣ ଶିଶୁଙ୍କୁ ଏକ ଘରେ ବନ୍ଦିକରି ରଖିଥିବା ଘଟଣାରେ ପୋଲିସକୁ ବଡ଼ ସଫଳତା ମିଳିଛି। ପୋଲିସ ୨୩ ଶିଶୁଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିବା ବେଳେ ଏନ୍‌କାଉଣ୍ଟରରେ ଦୁର୍ବୃତ୍ତଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଫରୁଖାବାଦ ଜିଲା ମୋହମଦାବାଦ ଥାନା ଅଞ୍ଚଳର କିର୍‌ଥା ଗାଁରେ ଗୁରୁବାର ଅପରାହ୍ନରୁ ସୁଭାଷ ବାଥମ୍‌ ନାମକ ଜଣେ ବ୍ୟକ୍ତି ଜନ୍ମଦିନ ପାଳନ ଆଳରେ ୨୩ଜଣ ଶିଶୁଙ୍କୁ ଡାକି ସେମାନଙ୍କୁ ଏକ ଘରେ ବନ୍ଧକ କରି ରଖିଥିଲେ। ପିଲାମାନଙ୍କୁ ଅଟକ ରଖିଥିବା ଜାଣିପାରି ଗାଁଲୋକେ ଛାଡିବାକୁ ସୁଭାଷଙ୍କୁ କହିବାରୁ ସେ ପାଲଟା ଆକ୍ରମଣ କରିଥିଲେ। ଏନେଇ ଗାଁଲୋକେ ସ୍ଥାନୀୟ ପୋଲିସକୁ ଖବର ଦେଇଥିଲେ। ଖବରପାଇ ପୋଲିସ ଓ ଏନ୍‌ଏସ୍‌ଜି ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ଘରକୁ ଘେରାଓ କରି ପିଲାଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲା। ଭୟଭୀତ ସୁଭାଷ ପୋଲିସ ଉପରକୁ ମଧ୍ୟ ଆକ୍ରମଣ କରିଥିଲା। ଦୀର୍ଘ ୯ରୁ ୧୧ଘଣ୍ଟା ଧରି ଏହି ରେସ୍‌କ୍ୟୁ ଅପରେଶନ୍‌ ଚାଲିଥିଲା। ଏହି ଏନ୍‌କାଉଣ୍ଟରରେ ଅଭିଯୁକ୍ତ ସୁଭାଷଙ୍କ ମୃତ୍ୟୁ ହୋଇଥିବା ବେଳେ ଏଥିରେ କିଛି ପୋଲିସକର୍ମୀ ଆହତ ହୋଇଥିବା ସୂଚନା ମିଳିଛି। ଏହାପରେ ସମସ୍ତ ଶିଶୁଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇ ତାଙ୍କର ମେଡିକାଲ ଯାଞ୍ଚ କରାଯାଇଛି ବୋଲି ଡିଜିପି ଓ.ପି. ସିଂହ କହିଛନ୍ତି। ଅପରପକ୍ଷେ ଏହି ରେସକ୍ୟୁ ଅପରେଶନ୍‌ରେ ସାମିଲ ଥିବା ପୋଲିସ ଟିମ୍‌ଙ୍କୁ ୧୦ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଛି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ପୁରସ୍କାର ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ଉକ୍ତ ଅଭିଯୁକ୍ତ ଜଣଙ୍କ ହତ୍ୟା ଅଭିଯୋଗରେ କିଛି ଦିନ ତଳେ ପାରୋଲରେ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri