ବନ୍ଧବାହାଲ ଏମ୍‌ସିଏଲ୍‌ ହସ୍‌ପିଟାଲର ଉନ୍ନତି କରାଯିବ

ଲଖନପୁର,୧୧।୪(ଡି.ଏନ୍‌.ଏ.): ବନ୍ଧବାହାଲସ୍ଥିତ ଏମ୍‌ସିଏଲ୍‌ କୋଭିଡ୍‌ ଚିକିତ୍ସାଳୟକୁ ଶନିବାର ପୂର୍ବାହ୍ନରେ ବରଗଡ ଏମ୍‌ପି ସୁରେଶ ପୂଜାରୀ ପରିଦର୍ଶନ କରଛନ୍ତି। ୫୦ ଶଯ୍ୟା ବିଶିଷ୍ଟ ଏହି ଚିକିତ୍ସାଳୟକୁ ୧୦୦ଶଯ୍ୟା ବିଶିଷ୍ଟ କରିବା, ବିଭିନ୍ନ ବିଭାଗର ଡାକ୍ତର ଓ ଆବଶ୍ୟକ ସ୍ବାସ୍ଥ୍ୟକର୍ମୀ ଆଦି ନିଯୁକ୍ତି କରିବାକୁ ନେଇ କେନ୍ଦ୍ର କୋଇଲା ମନ୍ତ୍ରଣାଳୟ ସହିତ ଆଲୋଚନା କରିବେ ବୋଲି ପୂଜାରୀ କହିଛନ୍ତି। ଏମ୍‌ସିଏଲ୍‌ ଲଖନପୁର କ୍ଷେତ୍ର ମହାପ୍ରବନ୍ଧକ ଅନିଲ କୁମାର ସିଂହ, ଏପିଏମ୍‌ ସଞ୍ଜୀବ ଭରଦ୍ୱାଜ, ଡା. ଓ୍ବାଇ ସି ରାଓ, ଡା.ଅରବିନ୍ଦ କୁମାର ପ୍ରମୁଖଙ୍କ ସହିତ ସେ ଆଲୋଚନା କରିଥିଲେ। ଏହାପରେ ସେ ବେଲପାହାଡ, ବ୍ରଜରାଜନଗର ପୌରାଞ୍ଚଳ ଆଦି ପରିଦଶ ନର୍ କରି କରୋନା ନିୟନ୍ତ୍ରଣ ସମ୍ପର୍କରେ ପଚାରି ବୁଝିଥିଲେ। ସରକାରଙ୍କ ତରଫରୁ ଅସହାୟ ଲୋକଙ୍କୁ ଦିଆଯାଉଥିବା ରନ୍ଧାଖାଦ୍ୟ କେନ୍ଦ୍ର ମଧ୍ୟ ଯାଇ ପରିଦର୍ଶନ କରିଥିଲେ। କେତେକ ଲୋକଙ୍କୁ ଖାଉଟି ସାମଗ୍ରୀ ବଣ୍ଟନ କରି କରୋନା ନୟନ୍ତ୍ରଣ ସମ୍ପର୍କରେ ସଚେତନ କରିଥିଲେ। ଏହି ଅବସରରେ କେତେକ ଅନୁଷ୍ଠାନ ପ୍ରଧାନମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଡିମାଣ୍ଡ୍‌ ଡ୍ରାଫ୍ଟ ପ୍ରଦାନ କରିଥିଲେ। ତେବେ ବେଲପାହାଡ ପୌରାଞ୍ଚଳ ଅଧ୍ୟକ୍ଷ ପର୍ଶୁରାମ ସାହୁ, ନିର୍ବାହୀ ଅଧିକାରୀ ଲୋକନାଥ ତିଓ୍ବାରୀ ଓ ବ୍ରଜରାଜନଗର ପୌରାଞ୍ଜଳ ନିର୍ବାହୀ ଅଧିକାରୀ ଦିଲ୍ଲୀପ ପଟେଲ ପ୍ରମୁଖଙ୍କ ସହିତ ସେ ଆଲୋଚନା କରିଥିଲେ। ଜିଲା ପରିଷଦ ସଦସ୍ୟ ସାମଲ ନାୟକ, ବିଶ୍ୱଜିତ ଷଡୀ, ରଘୁନନ୍ଦନ ପଣ୍ଡା, ଅଜୟ ବିଶ୍ୱାଳ, ସମୀର ମିଶ୍ର, ପ୍ରମୋଦ ସେନାପତି, ତପନ ଜେନା, ସଞ୍ଜୟ ସିଂହ ଓ ତପନ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ,ସଜାଗ ରହିଛି…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?