ବନ୍ଧା ବସ୍ତାରୁ ଗୁରୁତର ମହିଳା ଉଦ୍ଧାର

ଗୁଡାରୀ,୧୬।୧୧(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଡାରୀ ବ୍ଲକ୍‌ ସାନହୁମା ପଞ୍ଚାୟତର କିନିଡ଼ି ଗ୍ରାମ ନିକଟ କପାବାଡ଼ରୁ ବନ୍ଧା ହୋଇଥିବା ବସ୍ତାରୁ ଜଣେ ମହିଳାଙ୍କୁ ଗୁରୁତର ଅବସ୍ଥାରେ ମଙ୍ଗଳବାର ଉଦ୍ଧାର କରାଯାଇଛି। ସେ ହେଲେ କିନିଡ଼ି ଗ୍ରାମର ମାୟାଦେବୀ ପାଣିଗ୍ରାହୀ(୫୧)। କୌଣସି ବ୍ୟକ୍ତିଙ୍କ ଠାରୁ ଖବର ପାଇ ୧୦୮ ଆମ୍ବୁଲାନ୍ସ ପହଞ୍ଚି ମହିଳାଙ୍କୁ କପାବାଡ଼ରୁ ଉଦ୍ଧାର କରି ଗୁଡାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା। ସେଠାରୁ ଗୁଣପୁର ଓ ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏ ବିଷୟରେ ମାୟାଦେବୀଙ୍କ ମା’ ଗଙ୍ଗଦେବୀ ପାଣିଗ୍ରାହୀ ଗୁଡାରୀ ଥାନାରେ ଏତଲା ଦେଇଛନ୍ତି। ୮୫/୨୨ରେ ଏକ ମାମଲା ରୁଜୁ ହୋଇଛି। ତେବେ ମହିଳାଙ୍କୁ ବସ୍ତାରେ ଭର୍ତ୍ତି କରି କିଏ କପାବାଡ଼ରେ ଫୋପାଡ଼ିଲେ ତାହାର ତଦନ୍ତ ଚାଲିଥିବା ଗୁଡାରୀ ଥାନା ଅଧିକାରୀ ଦୀନବନ୍ଧୁ ଶବର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri