ବନ୍ଧୁକ କାରଖାନା ଠାବ: ତିଆରି ସାମଗ୍ରୀ ଜବତ, ୨ ଗିରଫ

ଦାରିଙ୍ଗବାଡ଼ି,୧୫।୬(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସ ପକ୍ଷରୁ ଶନିବାର ଶ୍ରାନିକେତା ପଞ୍ଚାୟତ ଗୁଞ୍ଜିଟି ଜଙ୍ଗଲରେ ଚଢ଼ାଉ କରାଯାଇ ଏକ ବନ୍ଧୁକ ତିଆରି କାରଖାନା ଠାବ କରାଯାଇଛି। ଏହା ସହ ଦୁଇଟି ବନ୍ଧୁକ, ଅର୍ଦ୍ଧନିର୍ମିତ ବନ୍ଧୁକ ଏବଂ ବନ୍ଧୁକ ତିଆରି ପାଇଁ ଆବଶ୍ୟକ ସରଞ୍ଜାମ ସହ ବାରୁଦ, ଗନ୍‌ ପାଉଡର ଆଦି ଜବତ ହୋଇଛି। ଏଥିରେ ସମ୍ପୃକ୍ତଥିବା ଅଭିଯୋଗରେ ଏଥିରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛିି। ସେମାନେ ହେଲେ ନୂଆସାହିର ଟୁନା ପ୍ରଧାନ(୩୫) ଓ ଦଣ୍ଡିମା ଗଁ।ର ଚିତ୍ରସେନ୍‌ ବିନ୍ଧାଣି (୫୫)। ଏହି ଘଟଣାରେ ଅନ୍ୟ ଜଣେ ଅଭିଯୁକ୍ତ ଫେରାର୍‌ ହୋଇଯାଇଥିବା ଦାରିଙ୍ଗବାଡ଼ି ଆଇଆଇସି ଅଲେଖ ଗରଡ଼ିଆ କହିଛନ୍ତିା ବନ୍ଧୁକ ତିଆରି ହୋଇ କେଉଁ ଅଞ୍ଚଳରେ ବିକ୍ରି ହେଉଛି ଏବଂ ଅଭିଯୁକ୍ତମାନଙ୍କ ମାଓବାଦୀଙ୍କ ସହ ସମ୍ପୃକ୍ତି ରହିଛି କି ନାହିଁ ତାହା ତଦନ୍ତ ଚାଲିଥିବା ବୋଲି ପୋଲିସ କହିଛି ।
ସୂଚନାଯୋଗ୍ୟ, ଜଙ୍ଗଲ ଭିତରେ ବହୁଦିନ ଧରି ବନ୍ଧୁକ କାରଖାନା ଚାଲିଥିବା ପୋଲିସକୁ କୌଣସି ସୂତ୍ରରୁ ଖବର ମିଳିଥିଲା। ପୂର୍ବରୁ ପ୍ରସ୍ତୁତଥିବା ପୋଲିସ ଶନିବାର ଭୋର ସମୟରେ କାରଖାନା ଉପରେ ଚଢ଼ାଉ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri