ବନ୍ଧୁକ ଦେଖାଇ ଗହଣା ଲୁଟ୍‌ ଘଟଣା: ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗ ଠାବ, କାର୍‌ ଜବତ

ରୂପ୍‌ସା, ୨୬।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଥାନା ତାହାରପୁର ଗ୍ରାମର ଗହଣା ଦୋକାନୀ ମୃତ୍ୟୁଞ୍ଜୟ ଗିରିଙ୍କ ଗହଣା ଦୋକାନରୁ ୩୦ଲକ୍ଷ ଟଙ୍କାର ସୁନା, ରୁପା ଅଳଙ୍କାର ଲୁଟ୍‌ ଘଟଣାର ପର୍ଦ୍ଦାଫାଶ ହୋଇଛି। ବସ୍ତା ଥାନା ଆଇଆଇସି ଧନେଶ୍ୱର ସାହୁ ଯୋଜନା ପ୍ରସ୍ତୁତ କରି ଏହି ଘଟଣାରେ ସମ୍ପୃକ୍ତ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିବାରେ ସମର୍ଥ ହୋଇଛନ୍ତି। ଏନେଇ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓ ଜଳନ୍ଧର ଜାଲି ଓ ଆଇଆଇସି ସାହୁ ସବିଶେଷ ତଥ୍ୟ ଉପସ୍ଥାପନ କରିଛନ୍ତି। ଏକ ସ୍ବତନ୍ତ୍ର ଟିମ୍‌ ସହ ଚଢ଼ାଉ କରାଯାଇ ବସ୍ତା ଥାନା ମନୁଡ଼ିହା ଗ୍ରାମର ମୁଖ୍ୟ ଅଭିଯୁକ୍ତ ଦେବେନ୍ଦ୍ର ଦାସ, ଗଞ୍ଜାମ ଜିଲା ଆସ୍କା ଅଞ୍ଚଳର ତିରୁମାଲା ପାତ୍ର ଓ ଜି. ବଲରାଜୁ ଆଚାର୍ଯ୍ୟଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ୨ଟି ମୋବାଇଲ୍‌, ଏକ ଦାମୀ କାର୍‌ (ନଂ. ଓଡ଼ି୦୨ବିଜି-୧୩୭୫) ଜବତ କରାଯାଇଛି। ଚୋରି ବାଇକ୍‌ (ନଂ. ଓଡ଼ି୦୧ଡି-୮୦୩୧) ସହ ୪୦୦ ଗ୍ରାମ୍‌ ଓଜନର ସ୍ବର୍ଣ୍ଣ ଅଳଙ୍କାର ଉଦ୍ଧାର ହୋଇଛି। ଲୁଟ୍‌ ଘଟଣାର ଅନ୍ୟ ୨ ଅଭିଯୁକ୍ତ ଗଞ୍ଜାମ ଜିଲା କବି ସୂର୍ଯ୍ୟନଗରର କୁନାଲ ବାରିକ ଓ କଲ୍ୟାଣୀ ଥାନା ଖନ୍ତାପଡ଼ାର କୁମାର ରଞ୍ଜନ ମହାଳିକଙ୍କୁ ବୈଶିଙ୍ଗା ଥାନା ପୋଲିସ ବୈଶିଙ୍ଗାର ଏକ ଗହଣା ଦୋକାନରୁ ଲୁଟ୍‌ ମାମଲାରେ ଗିରଫ କରିଥିଲେ ବୋଲି ଏସ୍‌ଡ଼ିପିଓ ଜାଲି ସୂଚନା ଦେଇଛନ୍ତି। ଅନ୍ୟ ୨ ଅଭିଯୁକ୍ତ ଫେରାର ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri