ବନ୍ଧୁକ ଦେଖାଇ ଦମ୍ପତିଙ୍କ ଠାରୁ ଗହଣା ଲୁଟ୍‌

ପାତ୍ରପୁର,୮ା୧୨ (ଡି.ଏନ୍‌.ଏ.)- ଜରଡ଼ା ଥାନା ପାତ୍ରପୁର ବ୍ଲକ କେଲୁଆ-ପଦାଦିଗି କେନାଲ ରାସ୍ତାରେ ବନ୍ଧୁକ ଦେଖାଇ ଦମ୍ପତ୍ତିଙ୍କ ଠାରୁ ପ୍ରାୟ ୩ଭରି ଓଜନର ୨ଟି ସୁନା ଚେନ୍‌ ରବିବାର ମଧ୍ୟାହ୍ନରେ ଦୁଇ ଜଣ ଲୁଟେରା ବନ୍ଧୁକ ଦେଖାଇ ଲୁଟି ନେଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ, ୟା. ଡ଼ିଲେଶ୍ୱରୀ ଓ ତାଙ୍କ ସ୍ବାମୀ ପାତ୍ରପୁରରୁ ବଜାର ସଉଦା କରି ବାଇକ୍‌ରେ ଫେରୁଥିଲେ। ପଦାଦିଗି ଗ୍ରାମ ନିକଟ କେନାଲ ରାସ୍ତାରେ ୨ଜଣ ଦୁର୍ବୃତ୍ତ ଦମ୍ପତିଙ୍କୁ ଅଟକାଇ ବନ୍ଧୁକ ଦେଖାଇ ଭୟଭୀତ କରିଥିଲେ। ପରେ ୨ଟି ସୁନା ଚେନ୍‌ ଲୁଟିନେଇ ବାଇକ ଯୋଗେ ବ୍ରହ୍ମପୁର ଅଭିମୁଖେ ଫେରାର୍‌ ହୋଇଯାଇଥିଲେ। ଏନେଇ ଜରଡା ଥାନାରେ ଅଭିଯୋଗ ହୋଇଛି। ନଂ.୨୨୦/୧୯ରେ ମାମଲା ରୁଜୁକରି ପୋଲିସ ତଦନ୍ତ ଚଳାଇଥିବା ଜରଡ଼ା ଥାନା ଅଧିକାରୀ ମୃତ୍ୟୁଞ୍ଜୟ ସ୍ବାଇଁ ସୂଚନା ଦେଇଛନ୍ତି। ପ୍ରକାଶ ଥାଉକି ଗତ ସପ୍ତାହରେ ବରଙ୍ଗ ଗ୍ରାମର ଜଣେ ମହିଳା ଧାନ ଜମିରୁ ଘରକୁ ଫେରୁଥିବାବେଳେ ୨ଜଣ ଲୁଟେରା ସୁନା ଗହଣା ଝାମ୍ପି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri