ଆସିକା,୨ା୮(ଡି.ଏନ୍.ଏ.)- ଆସିକା-ବାଲିପଦର ମୁଖ୍ୟ ରାସ୍ତାର ଭେଟନଈ ପଲ୍ଲୀମାଳ ନିକଟରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ଜଣେ ମହିଳା ଏଜେଣ୍ଟଙ୍କଠାରୁ ଲୁଟ ହୋଇଛି। ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଆସିକାସ୍ଥିତ ଅନ୍ନପୂର୍ଣ୍ଣା ଫାଇନାନ୍ସର ଏଜେଣ୍ଟ ତଥା ଖୋର୍ଦ୍ଧା ଜିଲା ନାଚୁଣୀ ଅଞ୍ଚଳର ରୋଜି ବାରିକଙ୍କଠାରୁ ୧ଲକ୍ଷ ୪୮ ହଜାର ଟଙ୍କା ଲୁଟି ନେଇଛନ୍ତି। ରୋଜି ଭେଟନଈ ଅଞ୍ଚଳର ଜମାକାରୀଙ୍କଠାରୁ ଟଙ୍କା ସଂଗ୍ରହ କରି ସ୍କୁଟିରେ ଆସିକା ଫେରୁଥିଲେ। ୩ ଜଣ ଲୁଟେରା ପଲ୍ଲୀମାଳ ନିକଟରେ ରୋଜିଙ୍କୁ ବନ୍ଧୁକ ଦେଖାଇ ଟଙ୍କା ବ୍ୟାଗ ଲୁଟି ଚମ୍ପଟ ମାରିଥିଲେ। ଏ ନେଇ ରୋଜି ଆସିକା ଥାନାରେ ଅଭିଯୋଗ କରିବାରୁ ପୋଲିସ ତଦନ୍ତ ଜାରି ରଖିଥିବା ଥାନା ଅଧିକାରୀ ପୀତବାସ ଧାରୁଆ ସୂଚନା ଦେଇଛନ୍ତି। ତେବେ ଲୁଟେରାଙ୍କ ସମ୍ପର୍କରେ ପୋଲିସକୁ କୌଣସି ସୂଚନା ମିଳିନାହିଁ। ସୂଚନାଯୋଗ୍ୟ, ଜୁଲାଇ ୬ରେ ଆସିକା ଥାନା ଅନ୍ତର୍ଗତ ଦେବଭୂମୀ-ରିଷିପୁର ରାସ୍ତାରେ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ଜଣେ ଏଜେଣ୍ଟ ଅଜିତ କୁମାର ସାହୁଙ୍କ ଠାରୁ ୨ଲକ୍ଷ ୪୭ହଜାର ଟଙ୍କା ଲୁଟ୍ ହୋଇଥିବା ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ଏ ପର୍ଯ୍ୟନ୍ତ ଅଭିଯୁକ୍ତଙ୍କ ସୁରାକ ପାଇନି।
Posted inଆମ ଜିଲା ଖବର, ଗଞ୍ଜାମ View All
ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା
ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍ ରିସର୍ଚ୍ଚ ଇନ୍ ସ୍କିମ୍ ଏଣ୍ଡ୍ ପଲିସିଜ୍(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍(ବିଲଡ଼ିଂ ଲାଇଭହୁଡସ୍…
ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର
ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ୯ ବରପଲ୍ଲୀ ଗ୍ରାମକୁ ଉପଯୁକ୍ତ ରାସ୍ତା ଟିଏ ନଥିଲା । ଦୀର୍ଘ ବର୍ଷ ହେବ ମୋରମ ବିଛା…
ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି
ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…
ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ
ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…
ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ
ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…
ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି
ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…
ଗୁରୁଙ୍କୁ ସମ୍ମାନ, ଶିକ୍ଷକଙ୍କୁ ସମ୍ବର୍ଦ୍ଧନା; ଭଞ୍ଜନଗର ବିଧାୟକ କହିଲେ…
ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ରବିବାର ସନ୍ଧ୍ୟାରେ ‘ଗୁରୁ ପୂଜନ ସହ ସମ୍ବର୍ଦ୍ଧନା ଉତ୍ସବ’ ଅନୁଷ୍ଠିତ ହୋଇଯାଇଛି…
ଚଳନ୍ତା କାର୍ରେ ନିଆଁ
ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…
Archives

