ବନ୍ଧୁକ ମୁନରେ ବ୍ୟାଙ୍କମିତ୍ରଙ୍କଠାରୁ ୧.୭୬ ଲକ୍ଷ ଲୁଟ୍‌

କାମାକ୍ଷାନଗର, ୧୬।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ତଣ୍ଡିମୁଣ୍ଡା ନିକଟରୁ ମଙ୍ଗଳବାର ପୂର୍ବାହ୍ନରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ବନ୍ଧୁକ ମୁନରେ ଭୟଭୀତ କରାଇ ବାଟଗାଁ ଏସ୍‌ବିଆଇ ଗ୍ରାହକ ସେବା କେନ୍ଦ୍ରର ବ୍ୟାଙ୍କ ମିତ୍ର ସୁନୀଲ ମିଶ୍ରଙ୍କଠାରୁ ୧ ଲକ୍ଷ ୭୬ ହଜାର ଟଙ୍କା ଲୁଟି ନେଇଛନ୍ତି। ସୁନୀଲ ବାଇକ୍‌ରେ କାମାକ୍ଷାନଗରରୁ ଟଙ୍କା ଧରି ବାଟଗାଁ ଯାଉଥିବାବେଳେ ୩ ଜଣ ଦୁର୍ବୃତ୍ତ ଏକ କଳା ପଲ୍‌ସରରେ ଆସି ଅଟକାଇଥିଲେ। ପିସ୍ତଲ ଦେଖାଇ ବ୍ୟାଗ୍‌ ସହ ୧ ଲକ୍ଷ ୭୨ ହଜାର ଟଙ୍କା ଏବଂ ମନିପର୍ସରେ ଥିବା ୪ ହଜାର ଟଙ୍କା ଛଡ଼ାଇ ଚମ୍ପଟ ମାରିଥିଲେ। ଏ ନେଇ ସୁନୀଲ କଙ୍କଡ଼ାହାଡ଼ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri