ବନ୍ଧୁକ ମୁନରେ ୧ ଲକ୍ଷ ୨୨ ହଜାର ଲୁଟ୍‌

ପୁରୁଷୋତ୍ତମପୁର,୫ା୧୦(ଡି.ଏନ.ଏ.)-ପୁରୁଷୋତ୍ତମପୁର ଥାନା ଅରଖପୁର ଛକ ନିକଟରେ ପୁଣି ଦୁର୍ବୃତ୍ତମାନେ ଲୁଟିଥିବା ଅଭିଯୋଗ ହୋଇଛି। ଗ୍ରାହକ ସେବାକେନ୍ଦ୍ର ପରିଚାଳକ ସୁଦାମ ଗୌଡଙ୍କ ମୁଣ୍ଡରେ ବନ୍ଧୁକ ଲଗାଇବା ସହ ଛୁରି ଦେଖାଇ ହତ୍ୟା ଧମକ ଦେଇ ଗୁରୁବାର ୧ ଲକ୍ଷ ୨୨ ହଜାର ଟଙ୍କା, ମୋବାଇଲ ଓ ରେକର୍ଡପତ୍ର ଦୁର୍ବୃତ୍ତ ଲୁଟି ନେଇଛନ୍ତି। ସୁଦାମଙ୍କ ଏତଲା କ୍ରମେ ପୋଲିସ ନଂ. ୨୩୦/୧୯ରେ ମାମଲା ରୁଜୁ କରି ତଦନ୍ତ ଚଲାଇଛି। ମାତ୍ର ଲୁଟେରାଙ୍କ ପତ୍ତା ପାଇପାରିନାହିଁ। ଶିକୁଳା ଗ୍ରାମର ସୁଦାମ ଅରଖପୁର ଗ୍ରାମରେ ଗ୍ରାହକ ସେବା କେନ୍ଦ୍ର ମିନିବ୍ୟାଙ୍କ କରିଥିଲେ। ଗୁରୁବାର ସକାଳେ ସେ ନିଜ ଗ୍ରାମରୁ ଟଙ୍କା ଓ ରେକର୍ଡ ପତ୍ର ଧରି ବାଇକ୍‌ ଯୋଗେ ଯିବା ବେଳେ ୩ ଜଣ ଦୁର୍ବୃତ୍ତ ହଠାତ୍‌ ଆସି ତାଙ୍କୁ ଅଟକାଇଥିଲେ। ପରେ ମୁଣ୍ଡରେ ବନ୍ଧୁକ ଲଗାଇ ଛୁରି ଦେଖାଇ ଟଙ୍କା, ମୋବାଇଲ, ରେକର୍ଡ ଲୁଟି ନେଇଛନ୍ତି। ସୂଚନାଯୋଗ୍ୟ, ଗତ କିଛି ଦିନ ତଳେ ଅରଖପୁର ପଞ୍ଚାୟତର ନିର୍ବାହୀ ଅଧିକାରୀ ଭତ୍ତା ଟଙ୍କା ବାଣ୍ଟିବା ଲାଗି ଯିବା ବେଳେ ତାଙ୍କ ଠାରୁ ମଧ୍ୟ ଟଙ୍କା, ବାଇକ୍‌, ରେକର୍ଡ ପତ୍ର ଲୁଟି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri