ବନ୍ଧୁଙ୍କୁ ଛାଡ଼ିବାକୁ ଯିବାବେଳେ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର

ପାଟଣା,୧୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଢେଙ୍କିକୋଟ ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର କାଶିଆ ଜଙ୍ଗଲ ହନୁମାନ ମନ୍ଦିର ନିକଟରେ ସୋମବାର ଅପରାହ୍ନରେ ଏକ ବାଇକ୍‌ ଭାରସାମ୍ୟ ହରାଇ ଏକ ଶାଳ ଗଛରେ ପିଟି ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ମୃତକ ହେଲେ ପାଟଣା ଥାନା ଟଭାସରୁଆ ଗ୍ରାମ ଖୁଞ୍ଚିବେଡା ସାହିର ମଙ୍ଗୁ ମୁଣ୍ଡା(୨୨) । ଗୁରୁତର ଦ୍ୱୟ ହେଲେ ଯାଜପୁର ଜିଲା ଜେନାପୁର ଥାନା ଆରୁଆ ଗ୍ରାମର ପପୁ ସିଂ ଓ ଟୁଣୀଆ ଦାସ।
ସୂଚନା ମୁତାବକ, ମଙ୍ଗୁ ଆରୁଆର ଏକ କ୍ରଶରରେ କାମ କରନ୍ତି। ବନ୍ଧୁ ପପୁ ଓ ଟୁଣୀଆ ତାଙ୍କୁ ଖୁଞ୍ଚି ବେଡାରେ ଛାଡିବା ପାଇଁ ବାଇକ(ଓଏମ୍‌୮୪୭୪)ଯୋଗେ ବାହାରିଥିଲେ। ହନୁମାନ ମନ୍ଦିର ନିକଟରେ ବାଇକ୍‌ ଭାରସାମ୍ୟ ହରାଇ ଏକ ଗଛକୁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ମଙ୍ଗୁଙ୍କର ମୃତ୍ୟୁ ଘଟିଛି। ଗୁରୁତର ପପୁ ଓ ଟୁଣୀଆଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri