ବନ୍ଧୁଙ୍କୁ ଛାଡ଼ିବାକୁ ଯିବାବେଳେ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର

ପାଟଣା,୧୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଢେଙ୍କିକୋଟ ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର କାଶିଆ ଜଙ୍ଗଲ ହନୁମାନ ମନ୍ଦିର ନିକଟରେ ସୋମବାର ଅପରାହ୍ନରେ ଏକ ବାଇକ୍‌ ଭାରସାମ୍ୟ ହରାଇ ଏକ ଶାଳ ଗଛରେ ପିଟି ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ମୃତକ ହେଲେ ପାଟଣା ଥାନା ଟଭାସରୁଆ ଗ୍ରାମ ଖୁଞ୍ଚିବେଡା ସାହିର ମଙ୍ଗୁ ମୁଣ୍ଡା(୨୨) । ଗୁରୁତର ଦ୍ୱୟ ହେଲେ ଯାଜପୁର ଜିଲା ଜେନାପୁର ଥାନା ଆରୁଆ ଗ୍ରାମର ପପୁ ସିଂ ଓ ଟୁଣୀଆ ଦାସ।
ସୂଚନା ମୁତାବକ, ମଙ୍ଗୁ ଆରୁଆର ଏକ କ୍ରଶରରେ କାମ କରନ୍ତି। ବନ୍ଧୁ ପପୁ ଓ ଟୁଣୀଆ ତାଙ୍କୁ ଖୁଞ୍ଚି ବେଡାରେ ଛାଡିବା ପାଇଁ ବାଇକ(ଓଏମ୍‌୮୪୭୪)ଯୋଗେ ବାହାରିଥିଲେ। ହନୁମାନ ମନ୍ଦିର ନିକଟରେ ବାଇକ୍‌ ଭାରସାମ୍ୟ ହରାଇ ଏକ ଗଛକୁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ମଙ୍ଗୁଙ୍କର ମୃତ୍ୟୁ ଘଟିଛି। ଗୁରୁତର ପପୁ ଓ ଟୁଣୀଆଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri