Posted inଜାତୀୟ

ବନ୍ଧୁର ରାସ୍ତାରେ ଚାଲିଲେ ମହାକାଶଚାରୀ: ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୨।୯: ସାମାଜିକ ସମସ୍ୟାର ବିରୋଧ ପ୍ରଦର୍ଶନ କରିବା ପାଇଁ ଲୋକମାନେ ନିଆରା ଢଙ୍ଗ ଆପଣାଇଥାନ୍ତି। ତେବେ କିଛି ଏଭଳି ନିଆରା ଦୃଶ୍ୟ ଦେଖିବାକୁ ମିଳିଛି କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ। ସହରର ଅନେକ ରାସ୍ତା ଖାଲଢିପ ରହିଥିବାରୁ ଏହାର ସଚେତନତା ପାଇଁ ପ୍ରଶାସନକୁ ପ୍ରଦର୍ଶନ କରିବାକୁ ଯାଇ ଜଣେ ବ୍ୟକ୍ତି ମହାକାଶଚାରୀର ରୂପ ନେଇଛନ୍ତି। ସୂଚନାଯୋଗ୍ୟ, ବେଙ୍ଗାଲୁରୁସ୍ଥିତ ତୁଙ୍ଗାନଗରରେ ରାସ୍ତା ଖରାପ ଥିବାରୁ ଲୋକଙ୍କୁ ଯାତାୟାତ ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ପ୍ରଶାସନଠାରୁ ଆରମ୍ଭ କରି ନେତା, ମନ୍ତ୍ରୀଙ୍କୁ ଗୁହାରି କଲେ ମଧ୍ୟ କେହି କର୍ଣ୍ଣପାତ କରୁନାହାନ୍ତି। ଫଳରେ ରବିବାର ରାତିରେ ଜଣେ ବ୍ୟକ୍ତି ମହାକାଶଚାରୀ ପୋଷାକ ପରିଧାନ କରି କ୍ରେଟର୍ସ ଉପରେ ‘ମୁନ ଓ୍ବାକ’ କରିଛନ୍ତି। ଯାହାକୁ ଦେଖିଲେ ଲାଗୁଛି ସତରେ ଯେଭଳି ଚନ୍ଦ୍ରପୃଷ୍ଠରେ ଜଣେ ମହାକାଶଚାରୀ ଚାଲୁଛନ୍ତି। କିନ୍ତୁ ଏହି ଦୃଶ୍ୟକୁ କିଛି ସମୟ ଦେଖିଲେ ଲୋକେ ଜାଣିପାରିବେ ଏହା କୌଣସି ଚନ୍ଦ୍ରପୃଷ୍ଠ ନୁହେଁ ବରଂ ଏକ ରାସ୍ତାର ଦୁରବସ୍ଥା। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri