ବନ୍ଧ୍ୟାକରଣ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ପରଜଙ୍ଗ, ୩।୧୧(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ବନ୍ଧ୍ୟାକରଣ ଅସ୍ତ୍ରୋପଚାରରେ ଗୁରୁତର ତ୍ରୁଟି ହୋଇଛି। ଦୁଇଟି ପରବର୍ତ୍ତେ ଗୋଟିଏ ଷ୍ଟିଚ୍‌ କରାଯାଇଥିବାରୁ ରକ୍ତସ୍ରାବ ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ଆଖୁଆପାଳ ପଞ୍ଚାୟତ ମୋହନପଶି ଗ୍ରାମର ଲାଲମୋହନ ମୁଣ୍ଡାଙ୍କ ସ୍ତ୍ରୀ ତୁଳସୀ। ତାଙ୍କୁ ଚିକିତ୍ସା ପାଇଁ ତାଳଚେର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡାକ୍ତରଙ୍କ ଅବହେଳାରୁ ଏପରି ତ୍ରୁଟି ହୋଇଥିବା ମହିଳାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ଲାପାରୋସ୍କୋପି ସହାୟତାରେ ସାମୂହିକ ବନ୍ଧ୍ୟାକରଣ ଅସ୍ତ୍ରୋପଚାର କରାଯାଇଥିଲା। ଡାକ୍ତର ଦୀପକ ଦେହୁରୀ ୩୦ଜଣ ମହିଳାଙ୍କ ଅସ୍ତ୍ରୋପଚାର କରିଥିଲେ। ଏହାପରେ ଡାକ୍ତରଖାନା ପକ୍ଷରୁ ଗାଡ଼ିରେ ସମସ୍ତଙ୍କୁ ଘରେ ଛଡ଼ାଯାଇଥିଲା। ତେବେ ଘରେ ପହଞ୍ଚତ୍ବା ପରେ ତୁଳସୀଙ୍କ ପ୍ରବଳ ରକ୍ତସ୍ରାବ ହୋଇଥିଲା। ଏହାପରେ ତାଙ୍କୁ ପୁଣି ଥରେ ପରଜଙ୍ଗ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ଡାକ୍ତର ଅଜୟ ନାୟକ ତାଙ୍କର ପରୀକ୍ଷା କରିଥିଲେ। ତାଙ୍କ ପେଟରେ ୨ଟି ବଦଳରେ ଗୋଟିଏ ଷ୍ଟିଚ୍‌ ପଡ଼ିଥିବା କାରଣରୁ ରକ୍ତସ୍ରାବ ହେଉଥିବା ଜଣାପଡ଼ିଥିଲା। ତାଙ୍କୁ ତୁରନ୍ତ ତାଳଚେର ଡାକ୍ତରଖାନାକୁ ୧୦୮ ଆମ୍ବୁଲାନ୍ସରେ ସ୍ଥାନାନ୍ତର କରାଯାଇଛି। ଏ ନେଇ ଡାକ୍ତର ଅଜୟ କୁହନ୍ତି, ଡାକ୍ତରଖାନାରେ ଷ୍ଟିଚ୍‌ ପକାଇବା ରିସ୍କ ଥିବାରୁ ମହିଳାଙ୍କୁ ତାଳଚେର ରେଫର କରିଦିଆଯାଇଛି। ଡାକ୍ତର ଦୀପକ ଦେହୁରୀ ମହିଳାଙ୍କ ଅପରେଶନ କରିଥିବା ଜନସ୍ବାସ୍ଥ୍ୟ ସମ୍ପ୍ରସାରଣ ଅଧିକାରିଣୀ କବିତା ସ୍ବାଇଁ ସୂଚନା ଦେଇଛନ୍ତି। ଡାକ୍ତର ଦୀପକଙ୍କ ସହ ଯୋଗାଯୋଗ ସମ୍ଭବପର ହୋଇପାରି ନ ଥିବାରୁ ତାଙ୍କ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri