ବନ୍ଧ୍ୟାକରଣ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ପରଜଙ୍ଗ, ୩।୧୧(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ବନ୍ଧ୍ୟାକରଣ ଅସ୍ତ୍ରୋପଚାରରେ ଗୁରୁତର ତ୍ରୁଟି ହୋଇଛି। ଦୁଇଟି ପରବର୍ତ୍ତେ ଗୋଟିଏ ଷ୍ଟିଚ୍‌ କରାଯାଇଥିବାରୁ ରକ୍ତସ୍ରାବ ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ଆଖୁଆପାଳ ପଞ୍ଚାୟତ ମୋହନପଶି ଗ୍ରାମର ଲାଲମୋହନ ମୁଣ୍ଡାଙ୍କ ସ୍ତ୍ରୀ ତୁଳସୀ। ତାଙ୍କୁ ଚିକିତ୍ସା ପାଇଁ ତାଳଚେର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡାକ୍ତରଙ୍କ ଅବହେଳାରୁ ଏପରି ତ୍ରୁଟି ହୋଇଥିବା ମହିଳାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ଲାପାରୋସ୍କୋପି ସହାୟତାରେ ସାମୂହିକ ବନ୍ଧ୍ୟାକରଣ ଅସ୍ତ୍ରୋପଚାର କରାଯାଇଥିଲା। ଡାକ୍ତର ଦୀପକ ଦେହୁରୀ ୩୦ଜଣ ମହିଳାଙ୍କ ଅସ୍ତ୍ରୋପଚାର କରିଥିଲେ। ଏହାପରେ ଡାକ୍ତରଖାନା ପକ୍ଷରୁ ଗାଡ଼ିରେ ସମସ୍ତଙ୍କୁ ଘରେ ଛଡ଼ାଯାଇଥିଲା। ତେବେ ଘରେ ପହଞ୍ଚତ୍ବା ପରେ ତୁଳସୀଙ୍କ ପ୍ରବଳ ରକ୍ତସ୍ରାବ ହୋଇଥିଲା। ଏହାପରେ ତାଙ୍କୁ ପୁଣି ଥରେ ପରଜଙ୍ଗ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ଡାକ୍ତର ଅଜୟ ନାୟକ ତାଙ୍କର ପରୀକ୍ଷା କରିଥିଲେ। ତାଙ୍କ ପେଟରେ ୨ଟି ବଦଳରେ ଗୋଟିଏ ଷ୍ଟିଚ୍‌ ପଡ଼ିଥିବା କାରଣରୁ ରକ୍ତସ୍ରାବ ହେଉଥିବା ଜଣାପଡ଼ିଥିଲା। ତାଙ୍କୁ ତୁରନ୍ତ ତାଳଚେର ଡାକ୍ତରଖାନାକୁ ୧୦୮ ଆମ୍ବୁଲାନ୍ସରେ ସ୍ଥାନାନ୍ତର କରାଯାଇଛି। ଏ ନେଇ ଡାକ୍ତର ଅଜୟ କୁହନ୍ତି, ଡାକ୍ତରଖାନାରେ ଷ୍ଟିଚ୍‌ ପକାଇବା ରିସ୍କ ଥିବାରୁ ମହିଳାଙ୍କୁ ତାଳଚେର ରେଫର କରିଦିଆଯାଇଛି। ଡାକ୍ତର ଦୀପକ ଦେହୁରୀ ମହିଳାଙ୍କ ଅପରେଶନ କରିଥିବା ଜନସ୍ବାସ୍ଥ୍ୟ ସମ୍ପ୍ରସାରଣ ଅଧିକାରିଣୀ କବିତା ସ୍ବାଇଁ ସୂଚନା ଦେଇଛନ୍ତି। ଡାକ୍ତର ଦୀପକଙ୍କ ସହ ଯୋଗାଯୋଗ ସମ୍ଭବପର ହୋଇପାରି ନ ଥିବାରୁ ତାଙ୍କ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri