ବନ୍ଧ କରି ଜମିକୁ ପାଣି ନେଲେ ଚାଷୀ

ଖୋର୍ଦ୍ଧା ଅଫିସ,୨୨।୯: ଚଳିତ ବନ୍ୟାରେ ଖୋର୍ଦ୍ଧା ଜିଲାରେ ବ୍ୟାପକ କ୍ଷତି ହୋଇଛି। ବୋଲଗଡ଼ ବ୍ଲକ ଅସରଳା ପଞ୍ଚାୟତର ଅସରଦଳ ଗ୍ରାମ ନିକଟ ମାଳିବନ୍ଧଠାରେ ଜମିକୁ ଜଳସେଚନ ଲାଗି ହୋଇଥିବା ଏକ ଚେକ ଡ୍ୟାମ ବନ୍ୟାଜଳରେ ଧୋଇଯାଇଛି। ଏହାର ମରାମତି ପାଇଁ ପ୍ରଶାସନ ନିକଟରେ ଦାବି ହୋଇଥିଲେ ମଧ୍ୟ ସୁଫଳ ମିଳି ନ ଥିଲା। ଫଳରେ ସୋମବାର ସ୍ଥାନୀୟ ଗ୍ରାମବାସୀ ତଥା ଚାଷୀ ଏକତ୍ରିତ ହୋଇ ଏକ ଅସ୍ଥାୟୀ ବନ୍ଧ ନିର୍ମାଣ କରିବା ସହ ଜମିରେ ପାଣି ମଡ଼ାଇଥିବା ଦେଖିବାକୁ ମିଳିଛି।
ମୁତାବକ, ଚାଷଜମିକୁ ଜଳସେଚନ ଲାଗି ୨ବର୍ଷ ପୂର୍ବେ ପ୍ରାୟ ୩ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ମାଳିବନ୍ଧଠାରେ ଏକ ଚେକ ଡ୍ୟାମ ନିର୍ମାଣ ହୋଇଥିଲା। କିନ୍ତୁ ନିମ୍ନମାନର କାମ ଯୋଗୁ ଚଳିତ ବନ୍ୟାଜଳରେ ଏହା ଧୋଇଯାଇଥିଲା। ନଦୀରେ ପାଣି ଥିଲେ ମଧ୍ୟ ଜମିରେ ପାଣି ମଡ଼ାଇବାରେ ବଞ୍ଚିତ ହୋଇଥିଲେ ଚାଷୀ। ଫଳରେ ପ୍ରାୟ ୪ଶହ ହେକ୍ଟର ଜମି ପଡିଆ ପଡିଛି ବୋଲି ଗ୍ରାମବାସୀ କହିଛନ୍ତି। ବନ୍ଧ ନିର୍ମାଣ ଲାଗି ସ୍ଥାନୀୟ ପ୍ରଶାସନଠାରୁ ଜିଲା ପ୍ରଶାସନକୁ ଅନୁରୋଧ କରଥିଲେ ମଧ୍ୟ ସୁଫଳ ମିଳି ନ ଥିଲା। ସ୍ଥାନୀୟ ଗ୍ରାମବାସୀ ଏକତ୍ରିତ ହୋଇ ମାଟି ଓ ବାଲିବସ୍ତା ଦେଇ ବନ୍ଧ ନିର୍ମାଣ କରି ଜମିକୁ ପାଣି ମଡ଼ାଇବା ପାଇଁ ବ୍ୟବସ୍ଥା କରିଥିଲେ। ଖରିଫ ଚାଷ ବାଧାପ୍ରାପ୍ତ ହେବା ଆଶଙ୍କା ଥିବାରୁ ଏହି ଅସ୍ଥାୟୀ ବନ୍ଧ ନିର୍ମାଣ କରାଯାଇଛି ବୋଲି ଗ୍ରାମବାସୀ କହିଛନ୍ତି। ଭାଙ୍ଗି ଯାଇଥିବା ମାଳିବନ୍ଧକୁ ତୁରନ୍ତ ନିର୍ମାଣ ଲାଗି ଗ୍ରାମବାସୀ ଦାବି କରିଛନ୍ତି। ଅନ୍ୟପକ୍ଷରେ ଗ୍ରାମବାସୀଙ୍କ ସମସ୍ୟା ସମାଧାନ ଲାଗି ଜିଲା ପ୍ରଶାସନ ସହ ଆଲୋଚନା କରିବେ ବୋଲି ଭାଜପା କୃଷକ ନେତା ଶ୍ରୀରଞ୍ଜନ ମଙ୍ଗରାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

ବାଇକ-ବଳଦ ମୁହାଁମୁହିଁ ଧକ୍କା: ଯୁବକ ଗୁରୁତର, ଘଟଣାସ୍ଥଳରେ ବଳଦର ମୃତ୍ୟ

ଥୁଆମୂଳ ରାମପୁର, ୨୭।୮ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଭବାନୀପାଟଣା ରାସ୍ତାର କୃଷି କାର୍ଯ୍ୟାଳୟ ନିକଟସ୍ଥ ସ୍କିଲ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର ନିକଟରେ ବୁଧବାର ସା ପ୍ରାୟ ୬ଟା…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

ପୋଖରୀରେ ବୁଡି ବୃଦ୍ଧା ମୃତ

ଦେବଗଡ, ୨୭।୮ (ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ଠିଆନାଳ ବିଡିଘାଟ ଗ୍ରାମରେ ଗୁରୁବାର ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତ…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri