ବନ୍ୟପ୍ରାଣୀ ଚୋରା ଚାଲାଣ: ଇଣ୍ଟରପୋଲ୍‌ ଦ୍ୱାରା ୬ ମାସରେ ୬ ଶହ ଗିରଫ

ଲିଓ,୧୫।୭: ବନ୍ୟପ୍ରାଣୀ ଚୋରା ଚାଲାଣ ବନ୍ଦ କରିବା ପାଇଁ ଅନ୍ତର୍ଜାତୀୟସ୍ତରରେ ଇଣ୍ଟରପୋଲ୍‌ ଏବଂ ଓ୍ବାଲର୍‌ଡ କଷ୍ଟମ ଅର୍ଗାନାଇଜେସନ୍‌ର ମିଳିତ ସହଯୋଗରେ ଅପରେଶନ୍‌ ଜାରି ରହିଛି। ଏହି ଅପରେଶନ୍‌ରେ ୧୦୯ଟି ଦେଶ ସାମିଲ୍‌ ହୋଇଛନ୍ତି। ଚଳିତ ବର୍ଷ ପ୍ରଥମ ୬ ମାସ ମଧ୍ୟରେ ୨ ହଜାରଟି ବନ୍ୟପ୍ରାଣୀ ଚୋରା ଚାଲାଣ ମାମଲା ଦାଏର ହୋଇଛି। ଏହି ମାମଲାରେ ୬ ଶହ ଜଣଙ୍କୁ ଗିରଫ କରାଯାଇଥିବା ଇଣ୍ଟରପୋଲ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ବର୍ଷ ଜାନୁୟାରୀରୁ ଜୁନ୍‌ ମଧ୍ୟରେ ଏହି ଚୋରା ଚାଲାଣ ଘଟଣାଗୁଡ଼ିକ ଘଟିଥିବା କୁହାଯାଉଛି। ଏହି ଅପରେଶନ୍‌ରେ ୪୪୦ ହାତୀଦାନ୍ତ ଜବତ ହୋଇଥିବାବେଳେ ୪୩ ଶହ ଜୀବିତ ପକ୍ଷୀ, ବିରଳ ପ୍ରଜାତିର ୧୦ ହଜାର କଇଁଛ ଉଦ୍ଧାର କରାଯାଇଛି। କେବଳ ଜୁନ୍‌ ମାସରେ ୨୩ ଲଙ୍ଗୁର, ୩୦ ସିଂହ, ବାଘ ଓ ଚିତା ଆଦି ବନ୍ୟ ପ୍ରାଣୀଙ୍କୁ ଉଦ୍ଧାର କରାଯାଇଛି। ସେହିପରି ଏକ ଟନ୍‌ରୁ ଅଧିକ ଓଜନର ପାଙ୍ଗୋଲିନ୍‌ ହାଡ଼ ଜବତ କରାଯାଇଛି। ଏହା ସହିତ ୭୪ ଟ୍ରକ୍‌ ଚୋରାକାଠ ଓ ୨୬ ଶହ ବିରଳ ବୃକ୍ଷ ଚାରା ଜବତ ହୋଇଥିବା ଇଣ୍ଟରପୋଲ୍‌ ଦ୍ୱାରା ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ୨୦୧୭ରେ ବନ୍ୟପ୍ରାଣୀ ଚୋରା ଚାଲାଣ ବନ୍ଦ କରିବା ପାଇଁ ଅପରେଶନ୍‌ ଥଣ୍ଡରବଲ୍‌ କାର୍ଯ୍ୟକାରୀ ହେଉଥିବାବେଳେ ୨୦୧୮ରେ ଏହାକୁ ଅପରେଶନ୍‌ ଥଣ୍ଡରଷ୍ଟ୍ରମ୍‌ ଭାବେ ନାମିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri