Posted inଜାତୀୟ

ବନ୍ୟାଞ୍ଚଳରେ ଗାଁଲୋକେ ତିଆରି କଲେ ପୋଲ

ଦରଭଙ୍ଗା,୧୭।୭: ବିହାର ଦରଭଙ୍ଗା ଜିଲା ବନ୍ୟା ପ୍ରଭାବିତ ଅଞ୍ଚଳ ଭାବେ ଚିହ୍ନଟ ହୋଇଥିବା ବେଳେ ସେଠାକାର ଗାଁଲୋକେ ନିଜ ଉଦ୍ୟମରେ ବାଉଁଶ ପୋଲ ତିଆରି କରିଥିବା ଦେଖିବାକୁ ମିଳିଛି।  ଲଗାତାର ମୁଷଳଧାରାରେ ବର୍ଷା ହେବାରୁ ଘରଗୁଡିକରେ ପାଣି ପଶି ବ୍ୟାପକ କ୍ଷୟକ୍ଷତି ହେବା ସହ ମୁଖ୍ୟରାସ୍ତାକୁ ଯୋଡୁଥିବା କଙ୍କ୍ରିଟ ପୋଲ ମଧ୍ୟ ଧୋଇ ହୋଇଯାଇଛି। ଗାଁରୁ ସହରକୁ ଯିବା ପାଇଁ ଏହି ରାସ୍ତା ଲୋକଙ୍କ ଲାଗି ଏକମାତ୍ର ସାହାଭରସା। ତେବେ ଏହି ପୋଲ ଧୋଇଯିବାରୁ ଗାଁଲୋକଙ୍କୁ ଯାତାୟାତ ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଏନେଇ ଗାଁଲୋକେ ସରକାରୀ ଅଧିକାରୀଙ୍କୁ ସମସ୍ୟା ସମ୍ପର୍କରେ ଜଣାଇଥିଲେ। ହେଲେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା ପାଇଁ କେହି ଅଧିକାରୀ ଆସି ନ ଥିଲେ କିମ୍ବା କୌଣସି ସରକାରୀ ସାହାଯ୍ୟ ମଧ୍ୟ ମିଳି ନ ଥିଲା। ଶେଷରେ ଗାଁଲୋକେ ଏକତ୍ରିତ ହୋଇ ନିଜ ଚେଷ୍ଟାରେ ଉକ୍ତ ଗାଁରେ ବାଉଁଶ ପୋଲ ତିଆରି କରିଥିଲେ। ଅପରପକ୍ଷରେ ଲଗାତାର ବର୍ଷାଯୋଗୁ ଡୋଙ୍ଗିଟଲା ଅଞ୍ଚଳର ଘରଗୁଡ଼ିକରେ ପାଣି ପଶି ଯାଇଥିବାରୁ ବ୍ୟାପକ କ୍ଷତି ହେବା ସହ ସାଇତି ରଖିଥିବା ଖାଦ୍ୟ ସବୁ ନଷ୍ଟ ହୋଇଯାଇଛି। ଫଳରେ ସେମାନଙ୍କୁ ବାଧ୍ୟ ହୋଇ ମୂଷାମାନଙ୍କୁ ଖାଦ୍ୟ ରୂପେ ଗ୍ରହଣ କରିବାକୁ ପଡ଼ୁଛି। କିଛି ଦିନରୁ ପ୍ରବଳ ବର୍ଷା ଯୋଗୁ ଦରଭଙ୍ଗା, ଆରିଆ, ମଧୁବନୀ ଜିଲାର ବହୁ ଗାଁ ବନ୍ୟା ଯୋଗୁ ପ୍ରଭାବିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri