ପାଟପୁର,୬ା୯(ଡି.ଏନ.ଏ.)- ସାନଖେମୁଣ୍ଡି ଅଞ୍ଚଳରେ ବୁଧବାର ସନ୍ଧ୍ୟାରୁ ଜାରି ରହିଛି ଲଗାଣ ବର୍ଷା। ଏହାର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି ା ସମଗ୍ର ସାନଖେମୁଣ୍ଡି ଅଞ୍ଚଳ ଜଳମଗ୍ନ ହୋଇ ପଡିଛି ା ଗୁରୁବାର ବୁଦ୍ଧେଶ୍ୱର ଗ୍ରାମ ନିକଟ ରଘୁନାଥ ସାଗରରେ ବନ୍ୟାପାଣି ଆସି ପୋଚକା ପୋଲ ଧୋଇ ନେଇଛି। ଫଳରେ ଆସିକା-ଦିଗପହଣ୍ଡି ମୁଖ୍ୟ ରାସ୍ତାରେ ଯାତାୟତ ବନ୍ଦ ହୋଇଯାଇଛି। ପୋଲ ଭୁଶୁଡିବାବେଳେ ସେହିବାଟ ଦେଇ ଆସୁଥିବା ପାଟପୁର ରେଡ୍ଡୀ ସାହିର କୃଷ୍ଣ ଆଚାରୀ ବାଇକ ସହ ଭାସି ଯାଇଥିଲେ। ପ୍ରାୟ ୨୫ ମିଟର ଯିବା ପରେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ମାତ୍ର ବନ୍ୟା ପାଣିରେ ବାଇକଟି ଭାସି ଯାଇଛି। ପାଟପୁର ବ୍ଲକ ଅଞ୍ଚଳର ପ୍ରାୟ ୨୦୦ ହେକ୍ଟର ଚାଷଜମି ବର୍ଷା ଜଳରେ ବୁଡି ରହିଛି ା ସେହିପରି ଡେଙ୍ଗାଓସ୍ତା-ସିଙ୍ଗପୁର ରାସ୍ତାର ଏକ ପୋଲ ଉପରେ ପ୍ରାୟ ୫ ଫୁଟ ପାଣି ପ୍ରବାହିତ ହେଉଛି। ନିକଟସ୍ଥ ଆଠ ଗ୍ରାମବାସୀ ନାହଁି ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଡେଙ୍ଗାଓସ୍ତା, ପାଟପୁର ଭାୟା ପଳାଶପୁର ରାସ୍ତାରେ ଗାଡି ଚଳାଚଳ ବନ୍ଦ ରହିଛି ା ବିଭିନ୍ନ ବିଦ୍ୟାଳୟରେ ପାଣି ଜମି ରହିଛି। ତହସିଲଦାର ଅମିତ କୁମାର ନାୟକ, ବିଡିଓ ଶିବଶଙ୍କର ମିଶ୍ର, ଥାନା ଅଧିକାରୀ ରମେଶ କୁମାର ପ୍ରଧାନ ବିଭିନ୍ନ ଗ୍ରାମାଞ୍ଚଳରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଗୁରୁବାର ସନ୍ଧ୍ୟା ସୁଦ୍ଧା କୌଣସି କ୍ଷୟକ୍ଷତି ହୋଇ ନ ଥିବା ତହସିଲଦାର ଅମିତ କୁମାର ନାୟକ ସୂଚନା ଦେଇଛନ୍ତି। ସେହିପରି ପାଟପୁର ରାଧାଦେଇପୁର ମୁଖ୍ୟ ରାସ୍ତାରେ ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ ନର୍ଦ୍ଦମା ପାଣି ବହୁ ଲୋକଙ୍କ ଘରେ ପଶିଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍କ୍ତ ଗିରଫ
ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…
ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….
ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…
ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ
କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…
ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍ପରଙ୍କ ଜୀବନ, ଚାଳକ…
ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…
ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…
ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…
ମଦ ପିଇ ବସ୍ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍ ଆନାଲାଇଜର୍ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍ ସସ୍ପେଣ୍ଡ ସହ…
ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…
ଫାସଡ୍ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍ପର…
ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍ ଶୁକତେଲ ନଦୀ…
ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…
ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…
Archives

