ବନ୍ୟା ପ୍ରଭାବ : ଶକ୍ତି ଉତ୍ପାଦନ ପ୍ରଭାବିତ, ଦୈନିକ ୧୬ କୋଟି ବ୍ୟୟରେ କିଣାଯାଉଛି ୯୦୦ ମେଗାୱାଟ୍‌ ବିଜୁଳି

ଭୁବନେଶ୍ୱର,୯।୮(ବ୍ୟୁରୋ) : ରାଜ୍ୟରେ ବିଭିନ୍ନ ପ୍ରାନ୍ତରେ ଲଗାଣ ବର୍ଷା ଯୋଗୁ କେତେକ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଛି। ତେଣୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ ପ୍ରଭାବିତ ହୋଇଥିବା ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଗୁରୁବାର ସୂଚନା ଦେଇଛନ୍ତି। ବିଶେଷ କରି ଇନ୍ଦ୍ରାବତୀ କ୍ୟାଚମେଣ୍ଟ ଅଞ୍ଚଳରେ ବନ୍ୟା ପାଣିର ପ୍ରକୋପ ଦେଖିବାକୁ ମିଳିଛି। ସେହିପରି ଏନ୍‌ଟିପିସି ୟୁନିଟ୍‌କୁ କୋଲ ଲିଙ୍କେଜ୍‌ ଦ୍ୱାରା କୋଇଲା ପଠାଇବାରେ ବିଳମ୍ବ ହୋଇଥିବା ମନ୍ତ୍ରୀ ସ୍ବୀକାର କରିଛନ୍ତି। ଏହା ଦ୍ୱାରା ଏନ୍‌ଟିପିସିର ୩ଟି ୟୁନିଟ୍‌ରେ ବିଦ୍ୟୁତ ଉତ୍ପାଦନ ବାଧାପ୍ରାପ୍ତ ହୋଇଛି। ତେଣୁ ଆବଶ୍ୟକ ଶକ୍ତି ଚାହିଦା ମେଣ୍ଟାଇବା ପାଇଁ ରାଜ୍ୟ ସରକାର ଦୈନିକ ପ୍ରାୟ ୧୬ କୋଟି ଟଙ୍କା ବ୍ୟୟ କରି ୯୦୦ ମେଗାୱାଟ୍‌ ଶକ୍ତି କ୍ରୟ କରୁଥିବା ଶକ୍ତିମନ୍ତ୍ରୀ କହିଛନ୍ତି। ଅପରପକ୍ଷରେ ୭୨ ଘଣ୍ଟା ମଧ୍ୟରେ ଏନ୍‌ଟିପିସି ୟୁନିଟ୍‌ଗୁଡିକ କୋଇଲା ପଠାଇବାରେ କୌଣସି ଅସୁବିଧା ହେବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଶାନ୍ତଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ)- ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ…

ସୁଶାନ୍ତଙ୍କ ପରଲୋକରେ ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର/ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ…

ଆଜି ଦାରୁବିଗ୍ରହଙ୍କ ନୀଳାଦ୍ରିବିଜେ: ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ରସଗୋଲା ଦେବେ ମହାପ୍ରଭୁ

ପୁରୀ,୨୭ା୭ (ଅଜିତ୍‌ କୁମାର ମହାନ୍ତି): ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ…

ଆଜି ଜିଲାରେ ସବୁ ସ୍କୁଲ ଛୁଟି, ଜିଲାପାଳ ନିର୍ଦ୍ଦେଶ ଦେଇ କହିଲେ…

କେନ୍ଦ୍ରାପଡା,୨୭ା୭(ଜଗନ୍ନାଥ ଧଳ): ବଙ୍ଗୋପସାଗରରେ ଲଘୁଚାପ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପାଣିପାଗ ବିଶେଷଜ୍ଞଙ୍କ ପୂର୍ବ ଅନୁମାନଯେ ଆସନ୍ତା ସୋମବାର କେନ୍ଦ୍ରାପଡା ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଅଛି।…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri